Odisha Link
Bridging the Missing Links in Odisha

ଆଜି ବିପ୍ଲବୀ ବୀର ସୁରେନ୍ଦ୍ର ସାଏଙ୍କ ପୁଣ୍ୟ ଜୟନ୍ତୀ

ବୀର ସୁରେନ୍ଦ୍ର ସାଏ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ

ଓଏଲ୍ ବ୍ୟୁରୋ : ଓଡ଼ିଶାର ଅମର ବରପୁତ୍ର ତଥା ସ୍ୱାଧୀନତା ଆନ୍ଦୋଳନର ଅଗ୍ରଣୀ ଯୋଦ୍ଧା ବିପ୍ଲବୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ। ବୀର ସୁରେନ୍ଦ୍ର ସାଏ ଥିଲେ ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ। ୨୩ ଜାନୁଆରୀ ୧୮୦୯ ମସିହାରେ ସମ୍ବଲପୁର ସହରର ଉତ୍ତରକୁ ପ୍ରାୟ ୨୧ ମାଇଲ ଦୂରରେ ଅବସ୍ଥିତ ବରଗାଁ ବା ଖିଣ୍ଡା ଗ୍ରାମରେ ଚୌହାନ ରାଜବଂଶର ଧରମ ସିଂହ ଓ ରେବତୀ ଦେବୀଙ୍କ ଔରସରୁ ସୁରେନ୍ଦ୍ର ସାଏ ଜନ୍ମଗ୍ରହଣ କରିଥିଲେ।

୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ। ବୀର ସୁରେନ୍ଦ୍ର ସାଏ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ। ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ। ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା।

ଦେଶ ପାଇଁ ତାଙ୍କର ଅତୁଳନୀୟ ଅବଦାନ ଏବେବି ଚିରସ୍ମରଣୀୟ। ଦେଶର ସ୍ୱାଧୀନତା ପାଇଁ ଜୀବନର ଶେଷ ନିଶ୍ୱାସ ପର୍ଯ୍ୟନ୍ତ ବନ୍ଦୀ ଜୀବନ କାଟିଥିଲେ ବୀର ସୁରେନ୍ଦ୍ର ସାଏ। ୧୮୮୪ ଫେବୃଆରୀ ୨୮ ତାରିଖରେ ବନ୍ଦୀ ହୋଇ ରହିଥିବା ଦୁର୍ଗରେ ହିଁ ସୁରେନ୍ଦ୍ର ସାଏଙ୍କ ପରଲୋକ ହୋଇଥିଲା। ଅସାଧାରଣ ସ୍ୱାଧୀନତା ସଂଗ୍ରାମୀ ତଥା ଦେଶ ପାଇଁ ନିଜ ଜୀବନକୁ ଉତ୍ସର୍ଗିକୃତ କରିଥିବା ବିପ୍ଲବୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।

Leave A Reply

Your email address will not be published.