Odisha Link
Bridging the Missing Links in Odisha

ବିଜେଡି ମନ୍ତ୍ରୀଙ୍କୁ ଗୁଳିମାଡ଼, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଓଏଲ୍‌ ବ୍ୟୁରୋ: ବିଜେଡିର ଟାଣୁଆ ନେତା ତଥା ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ହୋଇଛି। ଜଣେ ଦୁର୍ବୃତ୍ତ ପୁଲିସ ବେଶରେ ଆସି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାରିଥିବା ସୂଚନା ମିଳିଛି। ଗୁଳି ମନ୍ତ୍ରୀଙ୍କ ଛାତିରେ ବାଜିଥିବା ପ୍ରାରମ୍ଭିକ ସୂଚନା ମିଳିଛି।

ଆଜି ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନବ ଦାସ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଗସ୍ତରେ ଯାଇଥିଲେ। ତେବେ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯିବା ସମୟରେ ତାଙ୍କୁ ଗୁଳିମାଡ଼ କରାଯାଇଥିଲା। ମନ୍ତ୍ରୀଙ୍କୁ ଅତି ନିକଟରୁ ଗୁଳିମାଡ଼ କରାଯାଇଥିବା ଜଣାପଡ଼ିଛି।

ଗୁଳି ମନ୍ତ୍ରୀଙ୍କ ଛାତିରେ ବାଜିଥିବାରୁ ତାଙ୍କର ଅବସ୍ଥା ସଙ୍କଟଜନକ ରହିଛି। ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମନ୍ତ୍ରୀଙ୍କୁ ମେଡିକାଲ ନିଆଯାଇଛି। ତେବେ ଏହି ଗୁଳିକାଣ୍ଡ ପରେ ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି।

Leave A Reply

Your email address will not be published.