Odisha Link
Bridging the Missing Links in Odisha

ନୀରବିଗଲେ ନବ ଦାସ: ଅନ୍ତିମ ଦର୍ଶନ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଶେଷ ଦର୍ଶନ ପାଇଁ ଭୁବନେଶ୍ବରସ୍ଥିତ ସରକାରୀ ବାସଭବନରେ ପହଁଞ୍ଚିଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମରଶରୀରରେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ। ରାଜ୍ୟପାଳଙ୍କ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତାଙ୍କ ସହ ୫ଟି ସଚିବ ଭି କେ ପାଣ୍ଡିଆନ୍ ମଧ୍ୟ ଅନ୍ତିମ ଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଘର ଭିତରକୁ ଯାଇ ପରିବାରର ସଦସ୍ୟଙ୍କୁ ସମବେଦନା ଜଣାଇଥିଲେ।

ବାଚସ୍ପତି ବିକ୍ରମ କେଶରୀ ଆରୁଖ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା, ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ, ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ, ଅବକାରୀ ମନ୍ତ୍ରୀ ଅଶ୍ବିନୀ କୁମାର ପାତ୍ର, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା ସାହୁ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ପ୍ରମୁଖ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଦୁର୍ଭାଗ୍ୟଜନକ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି। ମନ୍ତ୍ରୀମାନେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜ୍ଞାପନ କରିଛନ୍ତି।

ଆଜି ଝାରସୁଗୁଡ଼ାରେ ନବ ଦାସଙ୍କ ଶେଷକୃତ୍ୟ ହେବ। ଏଥିପାଇଁ ଝାରସୁଗୁଡ଼ାରେ ବ୍ୟାପକ ପ୍ରସ୍ତୁତି ହୋଇଛି। ଅନ୍ତିମ ସଂସ୍କାର ସମୟରେ ରାଜ୍ୟ ସରକାରଙ୍କ ୩ ଜଣ ମନ୍ତ୍ରୀ ଉପସ୍ଥିତ ରହିବେ ବୋଲି ସୂଚନା ରହିଛି।

Leave A Reply

Your email address will not be published.