Odisha Link
Bridging the Missing Links in Odisha

ଅଡ଼ୁଆରେ ବିଧାୟକ ବିଜୟ ଶଙ୍କର ଦାସ

ଡକ୍ଟର ଜଷ୍ଟିସ ସଂଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ସୋମାଲିକାଙ୍କ ଆବେଦନର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି

ଓଏଲ୍‌ ବ୍ୟୁରୋ : ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଏବେ ଅଡୁଆରେ ପଡିଛନ୍ତି। ବିଧାୟକ ବିଜୟ ଶଙ୍କର ଦାସଙ୍କ ବାନ୍ଧବୀ ସୋମାଲିକାଙ୍କ ଅଭିଯୋଗ ଆଧାରରେ ଏତଲା ରୁଜୁ କରିବାକୁ ହାଇକୋର୍ଟ ନିର୍ଦେଶ ଦେଇଛନ୍ତି। ହାଇକୋର୍ଟରେ ସୋମାଲିକା କରିଥିବା ଆବେଦନର ଶୁଣାଣି କରି ଏତଲା ପଞ୍ଜିକରଣ ପାଇଁ ଜଗତସିଂହପୁର ଥାନା ଆଇଆଇସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସାନି ଲିଖିତ ଅଭିଯୋଗ ସହ ହାଇକୋର୍ଟଙ୍କ ନିର୍ଦ୍ଦେଶର କପି ଜଗତସିଂହପୁର ଥାନା ଆଇଆଇସିଙ୍କ ନିକଟରେ ଆବେଦନକାରୀ ଦାଖଲ କରିବା ପରେ ଏତଲା ପଞ୍ଜିକରଣ କରାଯିବ ବୋଲି ହାଇକୋର୍ଟ କହିଛନ୍ତି। ଡକ୍ଟର ଜଷ୍ଟିସ ସଂଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ସୋମାଲିକାଙ୍କ ଆବେଦନର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି।

ବିଜୟ ଶଙ୍କର ଓ ସୋମାଲିକା ସବରେଜିଷ୍ଟ୍ରାର ତଥା ବିବାହ ଅଧିକାରୀଙ୍କ ଅଫିସରେ ବିବାହ ପାଇଁ ଆବେଦନ କରିଥିଲେ। ୯୦ ଦିନର ସମୟସୀମା ଅତିବାହିତ ହୋଇଥିଲେ ମଧ୍ୟ ବିବାହ ହୋଇପାରି ନଥିଲା। ନିର୍ଦ୍ଧାରିତ ସମୟ ମଧ୍ୟରେ ଏହି ବିବାହ ହୋଇ ପାରି ନଥିଲା।

ଅନ୍ୟପକ୍ଷରେ ବିଜୟ ଶଙ୍କରଙ୍କ ବିରୋଧରେ ସୋମାଲିକା ଥାନାରେ ଅଭିଯୋଗ କରିଥିଲେ। ଉଭୟଙ୍କ ମଧ୍ୟରେ ଦେଖା ଦେଇଥିବା ବିବାଦକୁ ନେଇ ଥାନାରେ ମାମଲା ପରେ ମଧ୍ୟ ପୁଲିସ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନଥିବା ଅଭିଯୋଗ ହୋଇଥିଲା। ଏତଲା ପରେ ମଧ୍ୟ ପୁଲିସ କିଛି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନଥିବା ଦର୍ଶାଇ ସୋମାଲିକା ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ। ବର୍ତମାନ ଏହି ମାମଲାରେ ଏତଲା ରୁଜୁ କରିବାକୁ ହାଇକୋର୍ଟ ନିର୍ଦେଶ ଦେଇଛନ୍ତି।

Leave A Reply

Your email address will not be published.