Odisha Link
Bridging the Missing Links in Odisha

ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥାର ଚାଲିଛି ତଦାରଖ

ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ରାଜଭବନରେ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି

ଓଏଲ୍‌ ବ୍ୟୁରୋ : ଆସନ୍ତାକାଲି ରାଜଧାନୀ ଭୁବନେଶ୍ୱର ଆସିବେ ରାଷ୍ଟ୍ରପତି। ଯାହାକୁ ନେଇ କଡା ସୁରକ୍ଷା ବ୍ୟବସ୍ଥା ପ୍ରସ୍ତୁତ କରିଛି ପୁଲିସ। ଆଜି ସୁରକ୍ଷା ବ୍ୟବସ୍ଥାର ତଦାରଖ ଚାଲିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାଇଁ ବ୍ଲୁ ବୁକ୍ ଏସଓପି ଅନୁସାରେ ସୁରକ୍ଷା ବ୍ୟବସ୍ଥା କରାଯିବ। ସୁରକ୍ଷାକୁ ଦୃଷ୍ଟିରେ ରଖି ୪୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ। ରାଷ୍ଟ୍ରପତିଙ୍କ କାରକେଡ୍‌ ଦାୟିତ୍ବରେ ଏସପି ରାଙ୍କ ଅଧିକାରୀ ରହିବେ ବୋଲି ଡିସିପି କହିଛନ୍ତି।

ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ରାଜଭବନରେ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୩୫ ଜଣ ଏସିପି ରାଙ୍କ ଅଧିକାରୀ, ୪୭ ଇନ୍ସପେକ୍ଟର ମୁତୟନ ରହିବେ। ୧୮୮ ଏସଆଇ ଓ ଏଏସଆଇଙ୍କ ସହ ୫୦ ହୋମଗାର୍ଡ ରହିବେ ବୋଲି ଡିସିପି ପ୍ରତୀକ ସିଂଙ୍କ ସୂଚନା ଦେଇଛନ୍ତି।

ସୂଚନା ଅନୁସାରେ, ମହାମହିମ ରାଷ୍ଟ୍ରପତି ଆସନ୍ତାକାଲି ଓଡ଼ିଶା ଆସି ରମାଦେବୀ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ଓଡ଼ିଶା ଆସିବା ସହ ନିଜେ ପଢ଼ୁଥିବା ରମାଦେବୀ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଯୋଗଦେବେ ବୋଲି ସୂଚନା ଦେଇଥିଲେ ରମାଦେବୀ ବିଶ୍ୱବିଦ୍ୟାଳୟ କୁଳପତି ଅପରାଜିତା ଚୌଧୁରୀ।ସମାବର୍ତ୍ତନ ଉତ୍ସବ ପାଇଁ ସଜେଇ ହୋଇଛି ରମାଦେବୀ ବିଶ୍ଵବିଦ୍ୟାଳୟ।

Leave A Reply

Your email address will not be published.