Odisha Link
Bridging the Missing Links in Odisha

‘ଆମ ହସ୍ପିଟାଲ’ ଯୋଜନାରେ ୧୪୭ଟି ଚିକିତ୍ସାଳୟକୁ ମିଳିବ ନୂଆ ରୂପ

ଅନୁଗୁଳ, ବଡ଼ବିଲ, ଝାରସୁଗୁଡା ଏବଂ ଭଦ୍ରକରେ ମେଡିକାଲ କଲେଜ ବଦଳରେ ପିପିପି ମୋଡ଼ରେ ସ୍ପେସାଲିଷ୍ଟ ହସ୍ପିଟାଲ ଖୋଲିବାକୁ ନିଷ୍ପତ୍ତି ହୋଇଛି।

ଓଏଲ୍‌ ବ୍ୟୁରୋ : ରାଜ୍ୟରେ ସ୍ୱାସ୍ଥ୍ୟ ସମସ୍ୟାକୁ ଦୂର କରିବା ପାଇଁ ‘ଆମ ହସ୍ପିଟାଲ’ ଯୋଜନା ଆରମ୍ଭ କରାଯାଇଛି। ଏହି ଯୋଜନା ଅଧୀନରେ ରାଜ୍ୟର ୧୪୭ଟି ହସ୍ପିଟାଲକୁ ରୂପାନ୍ତରିକରଣ କାର୍ଯ୍ୟ କରାଯିବ ବୋଲି ସୂଚନା ମିଳିଛି। ଆମ ହସ୍ପିଟାଲ ଯୋଜନା ପାଇଁ ସରକାର ୭୫୦ କୋଟି ଟଙ୍କାର ବ୍ୟୟ ଅଟକଳ କରିଛନ୍ତି। ବିଗତ କିଛି ବର୍ଷରେ ରାଜ୍ୟରେ ୭ଟି ମେଡିକାଲ କଲେଜ କାର୍ଯ୍ୟକ୍ଷମ ହୋଇଥିବା ବେଳେ ଆଉ ୪ଟି ପାଇଁ ପଦକ୍ଷେପ ନିଆଯାଉଛି। ଅନୁଗୁଳ, ବଡ଼ବିଲ, ଝାରସୁଗୁଡା ଏବଂ ଭଦ୍ରକରେ ମେଡିକାଲ କଲେଜ ବଦଳରେ ପିପିପି ମୋଡ଼ରେ ସ୍ପେସାଲିଷ୍ଟ ହସ୍ପିଟାଲ ଖୋଲିବାକୁ ନିଷ୍ପତ୍ତି ହୋଇଛି।

ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ଵବିଦ୍ୟାଳୟ କାର୍ଯ୍ୟ ୨୦୨୩ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ସ୍ବାସ୍ଥ୍ୟ ସଚିବ ସାଲିନୀ ପଣ୍ଡିତ କହିଛନ୍ତି। ସେ ଆହୁରି କହିଛନ୍ତି, ଝାରସୁଗୁଡା ଠାରେ ସ୍ଵତନ୍ତ୍ର କ୍ୟାନ୍ସର ଓ ହୃଦ ରୋଗ ହସ୍ପିଟାଲ ପିପିପି ମୋଡ଼ରେ ଆରମ୍ଭ କରାଯିବ। ରାଜ୍ୟରେ ଖାଲି ପଡିଥିବା ଡାକ୍ତରୀ ପଦବୀକୁ ପୂରଣ କରାଯିବ ଏବଂ ୩ ହଜାର ଡାକ୍ତର ପଦବୀ ପାଇଁ ଓପିଏସସି ଅଧୀନରେ ଚୟନ କରାଯାଇଛି। ସେପ୍ଟେମ୍ବର ମାସ ସୁଦ୍ଧା ନିଯୁକ୍ତି ପତ୍ର ଦିଆଯିବ ଏବଂ ପରେ ଆଉ ୫ ହଜାର ପଦବୀ ପାଇଁ ଓପିଏସସି ଅଧୀନରେ ଚୟନ କରାଯାଇ ନିଯୁକ୍ତି ଦିଆଯିବାକୁ ଯୋଜନା କରାଯାଇଥିବା କହିଛନ୍ତି ସ୍ବାସ୍ଥ୍ୟ ସଚିବ ସାଲିନୀ ପଣ୍ଡିତ।

Leave A Reply

Your email address will not be published.