Odisha Link
Bridging the Missing Links in Odisha

ଆଜି ସୁଆଣ୍ଡୋ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ପୁରୀ ଜିଲ୍ଲା ଅନ୍ତର୍ଗତ ସୁଆଣ୍ଡୋ ପ୍ରକଳ୍ପର ଉଦଘାଟନ କରିବେ। ଜନ୍ମମାଟିର ନବକଳେବର କରାଯାଇଥିବା ବେଳେ ଗ୍ରାମରେ ଗୋପବନ୍ଧୁଙ୍କ ସ୍ମୃତି ବହନ କରୁଥିବା ସବୁ ସ୍ଥାନର ବିକାଶ କରାଯାଇଛି।

ଉଲ୍ଲେଖଯୋଗ୍ୟ, ନୂଆରୂପରେ ପାଇଛି ସୁଆଣ୍ଡୋ। ଐତିହାସିକ ଗ୍ରାମରେ ରୂପାନ୍ତରିତ ହୋଇଛି ସୁଆଣ୍ଡୋ।୨୫ କୋଟି ଟଙ୍କା ବ୍ୟୟରେ ଗାଁର ବିକାଶ କରାଯାଇଥିବା ବେଳେ ପ୍ରକଳ୍ପ ଭିତରେ ରହିଛି ଶିବ ମନ୍ଦିର, ଦୁଇଟି ପୋଖରୀ, ପୈତୃକ ବାସଗୃହ, ଗ୍ରାମରାସ୍ତା, ଜନ୍ମପୀଠ ପରିକ୍ରମା ରାସ୍ତା, ଗୋପବନ୍ଧୁଙ୍କ ସ୍ମୁତି ସଂଗ୍ରହାଳୟ, ସୂଚନା କେନ୍ଦ୍ର, ଆତିଥ୍ୟ କେନ୍ଦ୍ର, ଶିଶୁ ପାର୍କ, ଉତ୍କଳମଣୀଙ୍କ ପ୍ରାୟ ୧୫ ଫୁଟ ଉଚ୍ଚର ପ୍ରତିମୂର୍ତ୍ତି ଓ ଷଠିଘର ନିର୍ମାଣ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବ୍ୟାପକ ବ୍ୟବସ୍ଥା କରାଯାଇଛି। ୧୬ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବେ। ମୁଖ୍ୟମନ୍ତ୍ରୀ ପ୍ରଥମେ ଉତ୍କଳମଣୀ ଗୋପବନ୍ଧୁଙ୍କ ଷଠି ଘର, ଗ୍ରାମ୍ୟ ଶିବ ମନ୍ଦିର, ଗୋପବନ୍ଧୁଙ୍କ ସଂଗ୍ରହାଳୟ, ଶିଶୁ ଉଦ୍ୟାନ ସହିତ ଗୋପବନ୍ଧୁଙ୍କ ୧୫ ଫୁଟ ଉଚ୍ଚତାର ବ୍ରୋଞ୍ଚ ପ୍ରତିମୂର୍ତ୍ତିକୁ ଲୋକାର୍ପଣ କରିବେ। ପରେ ସଭାସ୍ଥଳକୁ ଯାଇ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି।

ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରୁ ଦିନ ୧୦ଟା ୪୫ମିନିଟରେ ବାହାରି ୧୧ଟାରେ ସୁଆଣ୍ଡୋରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ। ଏହାପରେ ପ୍ରାୟ ୧ ଘଣ୍ଟା ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ରହିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଭୁବନେଶ୍ବର ଫେରି ଆସିବେ ବୋଲି ସୂଚନା ରହିଛି।

Leave A Reply

Your email address will not be published.