Odisha Link
Bridging the Missing Links in Odisha

ଆଜି ଅପରାହ୍ନରେ ଆଗତ ହେବ ରାଜ୍ୟ ବଜେଟ୍

ଗତବର୍ଷ ବଜେଟ ୨ ଲକ୍ଷ କୋଟି ଟଙ୍କା ଥିଲା।

ଓଏଲ୍‌ ବ୍ୟୁରୋ : ଆଜି ଅପରାହ୍ନରେ ବିଧାନସଭାରେ ଆଗତ ହେବ ଚଳିତ ବର୍ଷର ପ୍ରଥମ ବଜେଟ୍। ରାଜ୍ୟ ଅର୍ଥମନ୍ତ୍ରୀ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଚଳିତ ସରକାରଙ୍କର ଏହା ହେବ ଶେଷ ପୂର୍ଣ୍ଣାଙ୍ଗ ବଜେଟ। ଗତ ବର୍ଷ ତୁଳନାରେ ଏବର୍ଷ ପ୍ରାୟ ୧୫ ପ୍ରତିଶତ ବଜେଟ୍ ବଢିବ ବୋଲି ଆକଳନ କରାଯାଇଛି। ଗତବର୍ଷ ବଜେଟ ୨ ଲକ୍ଷ କୋଟି ଟଙ୍କା ଥିଲା। କିନ୍ତୁ ଖର୍ଚ୍ଚ ଭରଣା ପାଇଁ ପୁଣି ଋଣ ଉପରେ ଭରସା କରିବାକୁ ପଡିପାରେ। ଏଥର ଅଢେଇ ଲକ୍ଷ କୋଟି ଟଙ୍କାର ବଜେଟ୍ ଆସିବ ବୋଲି ଆକଳନ କରାଯାଇଛି।

ଟିକସ ଭାଗ ବାବଦକୁ ଓଡ଼ିଶା କେନ୍ଦ୍ର ସରକାରଙ୍କ ଠାରୁ ଚଳିତ ବର୍ଷ ୧୦ ହଜାର କୋଟି ଟଙ୍କା ଅଧିକ ପାଇବ। କିନ୍ତୁ କେନ୍ଦ୍ରୀୟ ଅନୁଦାନ ହ୍ରାସ ପାଇବ ବୋଲି ଆଳକନ କରାଯାଇଛି। ବଜେଟରେ ବିଶେଷକରି ସ୍ୱାସ୍ଥ୍ୟ, ମହିଳା ଏବଂ କୃଷି କ୍ଷେତ୍ରକ ଅଧିକ ଗୁରୁତ୍ୱ ଦିଆଯାଇପାରେ ବୋଲି କୁହାଯାଉଛି। ତେବେ ଆଗାମୀ ନିର୍ବାଚନକୁ ଲକ୍ଷ କରି ସରକାର ବଜେଟ ପାଇଁ କେଉଁ ନୂତନ ପଦକ୍ଷେପ ନେବେ ତାହା ବଜେଟ ଆଗତ ପରେ ହିଁ ଜଣା ପଡିବ।

Leave A Reply

Your email address will not be published.