Odisha Link
Bridging the Missing Links in Odisha

ରାଜ୍ୟ ବଜେଟ୍ : କ୍ରୀଡ଼ା ଓ ଯୁବସେବା ବିଭାଗ ପାଇଁ ୧୨୧୭ କୋଟି

ରାଜ୍ୟର ବିଭିନ୍ନ ସ୍ଥାନରେ ୮୯ଟି ବହୁମୁଖୀ ଇନଡୋର ଷ୍ଟାଡିୟମର ନିର୍ମାଣ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି

ଓଏଲ୍‌ ବ୍ୟୁରୋ : ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବଜେଟ ଅଧିବେଶନ ଆୟୋଜିତ ହୋଇଯାଇଛି। ଚଳିତ ବର୍ଷ ବଜେଟର ବ୍ୟୟ ଅଟକଳ ରହିଛି ୨ ଲକ୍ଷ ୩୦ ହଜାର କୋଟି। ଯେଉଁଥିରେ ଚଳିତ ବର୍ଷ ଆର୍ଥିକ ବଜେଟରେ କ୍ରୀଡା ଓ ଯୁବସେବା ବିଭାଗ ପାଇଁ ୧୨୧୭ କୋଟିର ବ୍ୟୟବରାଦ କରାଯାଇଛି। ରାଜ୍ୟରେ କ୍ରୀଡାର ବିକାଶ ପାଇଁ ଏହି ଅର୍ଥକୁ ଖର୍ଚ୍ଚ କରାଯିବ ।

ଅର୍ଥମନ୍ତ୍ରୀ କହିଛନ୍ତି, କ୍ରୀଡା ଗତ କିଛି ବର୍ଷ ମଧ୍ୟରେ ଓଡିଶା ପାଇଁ ଏକ ଅଭିନବ ଏବଂ ଅସାଧାରଣ ପଚିଚୟ ସୃଷ୍ଟି କରିଛି। ମୁଖ୍ୟମନ୍ତ୍ରୀଙ୍କ ଚିନ୍ତାଧାରା ଆଜି ଯୁବଗୋଷ୍ଠୀଙ୍କୁ କ୍ରୀଡାରେ ଭବିଷ୍ୟତ ପାଇଁ ଆଉ ଗୋଟିଏ ପାଦ ଆଗକୁ ନେଇ ପାରୁଛି। ପୁରୁଷ ହକି ବିଶ୍ୱକପର ସଫଳ ଆୟୋଜନ ରାଜ୍ୟର କ୍ରୀଡା ଇତିହାସରେ ଏକ ମାଇଲଖୁଣ୍ଟ ଭାବେ ସାବ୍ୟସ୍ତ ହୋଇଛି। ୧୫ ମାସରେ ରାଉରକେଲାରେ ବିର୍ସାମୁଣ୍ଡା ହକି ଷ୍ଟାଡିୟମର ନିର୍ମାଣ ସମସ୍ତଙ୍କ ପାଇଁ ଏକ ନିଆରା ଅନୁଭୂତି ଥିଲା। ଏହି ଷ୍ଟାଡିୟମଟି ପୃଥିବୀର ସର୍ବବୃହତ ଆସନ ଥିବା ଷ୍ଟାଡିୟମ ଭାବେ ବିବେଚିତ ହୋଇଛି। କେବଳ ଏତିକି ନୁହେଁ ଗିନିଜ ବୁକ ଅଫ୍ ୱାର୍ଲ୍ଡ ରେକର୍ଡରେ ମଧ୍ୟ ସ୍ଥାନ ପାଇଛି। ସେହିଭଳି ରାଜ୍ୟର ବିଭିନ୍ନ ସ୍ଥାନରେ ୮୯ଟି ବହୁମୁଖୀ ଇନଡୋର ଷ୍ଟାଡିୟମର ନିର୍ମାଣ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆଗାମୀ କିଛି ମାସ ମଧ୍ୟରେ ଏହା ସମ୍ପୂର୍ଣ୍ଣ ହୋଇଯିବ ବୋଲି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି।

ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୩୦ ହଜାର ୩୦ କୋଟି ବ୍ୟୟ ବରାଦ ହୋଇଛି। ରାଜ୍ୟ ବଜେଟରେ ଶିକ୍ଷାକୁ ଗୁରୁତ୍ୱ ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ୨୨ ହଜାର ୨୮ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି। ୨୦୨୨-୨୩ ଶିକ୍ଷା ବର୍ଷରୁ ଶ୍ରେଣୀ ଗୃହ ଭିତରେ ଓ ବାହାରେ ଛାତ୍ରଛାତ୍ରୀଙ୍କୁ ସହାୟତା କରିବା ପାଇଁ ୫ଟି ହାଇସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ଅଧିନରେ ଏକାଡେମିକ କ୍ୟାଲେଣ୍ଡର, ହାଉସ ସିଷ୍ଟମ ଏବଂ ସ୍କୁଲ ସ୍ତରୀୟ କ୍ଲବ ପ୍ରଚଳନ କରିବାକୁ ନିଷ୍ପତ୍ତି ନିଆଯାଇଛି।

ମୋ ସ୍କୁଲ ଅଭିଯାନରେ ୭ ଲକ୍ଷ ୭୧ ହଜାର ୯ ଶହ ୩୪ ଜଣ ପୂର୍ବତନ ଛାତ୍ରଛାତ୍ରୀ ୩୧ ଜାନୁଆରୀ ୨୦୨୩ ସୁଦ୍ଧା ସାମିଲ ହେବା ୧ ଶହ ୯୬ କୋଟି ଟଙ୍କା ସହାୟତା ପ୍ରଦାନ କରିଛନ୍ତି। ସେମାନଙ୍କ ଅନୁରୂପ ଅନୁଦାନକୁ ଦୃଷ୍ଟିରେ ରଖି ସରକାର ବିଦ୍ୟାଳୟ ଗୁଡିକର ସାମଗ୍ରିକ ବିକାଶ ପାଇଁ ୩ ଶହ ୮୨ କୋଟି ଟଙ୍କାର ଅନୁରୂପ ପ୍ରଦାନ କରିଛନ୍ତି। ସେହିପରି ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୮ଶହ ୫କୋଟି ଟଙ୍କାର ବ୍ୟୟ ବରାଦ ପ୍ରସ୍ତାବ ଦିଆଯାଇଛି।

ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ବଜେଟରେ ୨୦ କୋଟି ବ୍ୟୟ ଅଟକଳ ହୋଇଛି। ୨୦୨୩ ଡିସେମ୍ବର ସୁଦ୍ଧା କାର୍ଯ୍ୟକ୍ଷମ ହେବ ଓଡ଼ିଆ ବିଶ୍ୱବିଦ୍ୟାଳୟ। ମୋ କଲେଜ’ ପାଇଁ ୧୭୦ କୋଟି ବ୍ୟୟ ଅଟକଳ ହୋଇଥିବାବେଳେ ମେଧାବୀଙ୍କୁ ଲାପଟପ ବଣ୍ଟନ ପାଇଁ ୫୦ କୋଟି ବ୍ୟୟବରାଦ ହୋଇଛି। ବଜେଟରେ ମେଧାବୀ ଛାତ୍ରଛାତ୍ରୀଙ୍କୁ ସିଭିଲ ସର୍ଭିସ କୋଚିଂ ପାଇଁ ବ୍ୟବସ୍ଥା ରହିଛି। ୨ ଶହ ଛାତ୍ରଛାତ୍ରୀଙ୍କୁ ମାଗଣାରେ ସିଭିଲ ସର୍ଭିସ କୋଚିଂ ଦିଆଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ପ୍ରବେଶିକା ପରୀକ୍ଷା ଜରିଆରେ ଚୟନ ହେବେ ଶିକ୍ଷାର୍ଥୀ। ମାଗଣା କୋଚିଂ ସହ ମାଗଣାରେ ରହିବା ଓ ଖାଇବା ବ୍ୟବସ୍ଥା ରହିଥିବା ବଜେଟ ଅନ୍ତର୍ଭୁକ୍ତ କରାଯାଇଛି।

ଗମନାଗମନ ସଶକ୍ତିକରଣ ପାଇଁ ନୂଆ ଯୋଜନା କରାଯାଇଛି। ମିଶନ ଶକ୍ତି ସ୍କୁଟର ଯୋଜନାରେ ଇମ୍ୟୁନିଟି ସପୋର୍ଟ ଷ୍ଟାପ ଓ ଇସି ସଦସ୍ୟଙ୍କୁ ମିଳିବ ସ୍କୁଟର। ଏହି ଯୋଜନା ଅଧିନରେ ସ୍କୁଟର କ୍ରୟ ପାଇଁ ନିଆଯାଇଥିବା ବ୍ୟାଙ୍କ ଋଣ ଉପରେ ସମ୍ପୂର୍ଣ୍ଣ ସୁଧ ରିହାତି ପ୍ରସ୍ତାବ ଦିଆଯାଉଛି। ସ୍କୁଟର ଯୋଜନା ପାଇଁ ୫୦ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି। ମିଶନ ଶକ୍ତି ପାଇଁ ୨ ହଜାର ୫୫୪ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି। ମହିଳା ସ୍ୱୟଂସହାୟିକା ଗୋଷ୍ଠୀ ଉଦ୍ୟୋଗୀ ପାଇଁ ୧୦୦ କୋଟି ବ୍ୟୟ ଅଟକଳ ହୋଇଛି। ପାର୍ବତୀ ଗିରି ଉଠା ଜଳସେଚନ ପ୍ରକଳ୍ପ ପାଇଁ ୫ ଶହ କୋଟି ବ୍ୟୟ ବରାଦ ହୋଇଛି।

Leave A Reply

Your email address will not be published.