Odisha Link
Bridging the Missing Links in Odisha

ପରଲୋକରେ ପିଣ୍ଟୁ ନନ୍ଦ

ଓଏଲ୍‌ ବ୍ୟୁରୋ: ଆଉ ନାହାନ୍ତି ଓଡ଼ିଆ ସିନେ ଓ ଟେଲି ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦ। ଚିକିତ୍ସାଧୀନ ଅବସ୍ଥାରେ ହାଇଦ୍ରାବାଦର ଯଶୋଦା ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି। ପିଣ୍ଟୁଙ୍କ ପରଲୋକକୁ ନେଇ ଅଭିନେତା ଶ୍ରୀତମ ଦାସ ଟ୍ୱିଟ କରି ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୪୭ ବର୍ଷ ହୋଇଥିଲା। ପିଣ୍ଟୁ ନନ୍ଦଙ୍କ ବିୟାଗରେ ଓଡ଼ିଆ ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି।

ଲିଭର୍ ସିରୋସିସ୍‌ ରୋଗରେ ପୀଡ଼ିତ ହୋଇ ସେ ଚିକିତ୍ସିତ ହେଉଥିଲେ। ପରେ ଗୁରୁତର ହେବାରୁ ପ୍ରଥମେ ପିଣ୍ଟୁ ନନ୍ଦଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ନେଇଯିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ତେଣୁ ସେ ଦିଲ୍ଲୀ ଗସ୍ତ କରିଥିଲେ। ସେଠାରେ ତାଙ୍କର ଲିଭର୍ ଟ୍ରାନ୍ସପ୍ଲାଣ୍ଟ ହେବାର ଥିଲା। ହେଲେ ସେଠାରେ ଡୋନର ନମିଳିବାରୁ ତାଙ୍କୁ ହାଇଦ୍ରାବାଦ ସ୍ଥିତ ଯଶୋଦା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଦୁଃଖଦ କଥା, ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ପିଣ୍ଟୁ ନନ୍ଦ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଉତ୍ତମ ଚିକିତ୍ସା ଓ ଲିଭର ଟ୍ରାନ୍ସପ୍ଲାଣ୍ଟ ପାଇଁ ପ୍ରଥମେ ଦିଲ୍ଲୀ ଓ ପରେ ହାଇଦ୍ରାବାଦରେ ଚିକିତ୍ସା କରାଯାଉଥିଲା।

ସ୍ବର୍ଗତ ପିଣ୍ଟୁ ନନ୍ଦଙ୍କ ଅଭିନୀତ ଓଡ଼ିଆ ଆଲବମ୍‌ ‘ଏ ଗଉରା’ ତାଙ୍କୁ ସର୍ବାଧିକ ଲୋକପ୍ରିୟ କରିଥିଲା। ସେହିଭଳି କଥା ଦେଲି ମଥା ଛୁଇଁ’, ‘ଲଭ୍ ମାଷ୍ଟର’, ‘ଦୋସ୍ତି’, ‘ପ୍ରେମ ଋତୁ ଆସିଲା ‌ରେ’, ‘ହାତ ଧରି ଚାଲୁଥା’, ‘ରଙ୍ଗ ନମ୍ବର’ ‘ଜୟ ଜଗନ୍ନାଥ’, ‘ବାହୁଡ଼ିବେ ମୋ ଜଗାବଳିଆ’, ‘ଆଇ ଲଭ୍ ମାଇଁ ଇଣ୍ଡିଆ’, ‘ସାଥୀରେ’, ‘ପ୍ରେମ ପାଇଁ ମହାଭାରତ’ ଓ ୫୦ରୁ ଉର୍ଦ୍ଧ୍ବ ଚଳଚ୍ଚିତ୍ରରେ ସେ ନିଜର ଅଭିନୟର ଯାଦୁ ଦେଖାଇଥିଲେ।

Leave A Reply

Your email address will not be published.