Odisha Link
Bridging the Missing Links in Odisha

ବାଣ ବିସ୍ଫୋରଣରେ ଚାଲିଗଲା ୪ ଜୀବନ, ୪ ଗୁରୁତର

ଓଏଲ୍‌ ବ୍ୟୁରୋ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଭୂଷଣ୍ଡପୁର ଗାଁରେ ଅଘଟଣ। ବାଣ ପ୍ରସ୍ତୁତ ବେଳେ ବିସ୍ଫୋରଣ ଘଟି ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତମାନଙ୍କ ପରିଚୟ ମିଳିପାରିନାହିଁ।

ସୂଚନା ମୁତାବିକ, ଦୋଳ ପୂର୍ଣ୍ଣିମା ପାଇଁ ଭୂଷଣ୍ଡପୁର ଗାଁରେ ଏକ ଘରେ ବାଣ ପ୍ରସ୍ତୁତି ହେଉଥିଲା। ଆଜି ସକାଳେ ହଠାତ୍ ସେହି ଘରେ ବାଣ ବିସ୍ଫୋରଣ ହୋଇ ନିଆଁ ଲାଗିଯାଇଥିଲା। ନିଆଁ ଚାରିଆଡ଼େ ବ୍ୟାପି ଯିବା ସହ ଘର ଭିତରେ ଥିବା ବାଣ ଗୁଡ଼ିକ ବିସ୍ଫୋରଣ ହୋଇଥିଲା। ଯାହାଫଳରେ ସେହି ଘରେ ଫଶି ରହସିଥିବା ୮ଜଣ ବ୍ୟକ୍ତି ବାହାରକୁ ବାହାରି ପାରିନଥିଲେ।

ଏହାପରେ ଗ୍ରାମବାସୀ ମାନେ ଅଗ୍ନିଶମ ବାହିନୀକୁ ଜଣାଇଇଥିଲେ। ଅଗ୍ନିଶମ ବାହିନୀ ଓ ପୁଲିସ ସାହାଯ୍ୟରେ ସେମାନଙ୍କୁ ଉଦ୍ଧାର କରାଯାଇଥିଲା। ନିଆଁରେ ପୋଡ଼ିହୋଇ ୪ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତର ଆହତ ହୋଇଥିଲେ। ସମସ୍ତ ଆହତ ବ୍ୟକ୍ତିଙ୍କୁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଛି। ଅନ୍ୟପଟେ ପୁଲିସ ଘଟଣାର ତଦନ୍ତ କରୁଛି।

Leave A Reply

Your email address will not be published.