Odisha Link
Bridging the Missing Links in Odisha

ବିଧାନସଭା: ଗୃହ ୧୧ଟା ୩୦ ଯାଏଁ ମୁଲତବୀ

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ। ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନର ଆଜି ହେଉଛି ପ୍ରଥମ ଦିନ। ଗୃହ ଆରମ୍ଭରୁ ହଟ୍ଟଗୋଳ ହୋଇଛି। ଯାହାରିଫଳରେ ଦିନ ୧୧ଟା ୩୦ ଯାଏଁ ବାଚସ୍ପତି ଗୃହକୁ ମୁଲତବୀ କରିଛନ୍ତି।

ଆଜି ବିଧାନସଭାର ପ୍ରଶ୍ନକାଳ ଆରମ୍ଭ ହେଉ ହେଉ ବିରୋଧୀ ବିଜେପି ଓ କଂଗ୍ରେସ ହୋହାଲ୍ଲା କରିଥିଲେ। ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ ଉଭୟ ବିରୋଧୀ ନାରାବାଜି କରିଥିଲେ। ଯାହା ଫଳରେ ବାଚସ୍ପତି ବିକ୍ରମକେଶରୀ ଆରୁଖ ଗୃହକୁ ଦିନ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବୀ କରିଛନ୍ତି।

Leave A Reply

Your email address will not be published.