Odisha Link
Bridging the Missing Links in Odisha

ଗୋପାଳକୁ ପାଗଳ ସାବ୍ୟସ୍ତ କରିବା ପାଇଁ କାହିଁକି ଚାହୁଁଛନ୍ତି: ଜୟନାରାୟଣ ମିଶ୍ର

ହତ୍ୟାକାଣ୍ଡର ଉଦ୍ଦେଶ୍ୟ କଣ ଓ ଘଟଣା ପଛରେ କିଏ ତାହା ଏ ପର୍ଯ୍ୟନ୍ତ ଜଣା ପଡ଼ିଲାନି।

ଓଏଲ୍‌ ବ୍ୟୁରୋ: ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁକୁ ଏହାରି ମଧ୍ୟରେ ଏକ ମାସ ପୁରିଲାଣି। ତଦନ୍ତ ଜାରି ରହିଥିବାବେଳେ ବର୍ତ୍ତମାନ ସୁଦ୍ଧା ହତ୍ୟାର କାରଣ ସ୍ପଷ୍ଟ ହୋଇନାହିଁ। ତେବେ ନବ ଦାସଙ୍କ ମୃତ୍ୟୁକୁ ନେଇ ଆଜି ଶୂନ୍ୟକାଳରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇଥିଲେ। ବିଧାନସଭାରେ ପୁଣି ନବ ଦାସ ହତ୍ୟାକାଣ୍ଡ ପ୍ରସଙ୍ଗ ଉଠାଇ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଥିଲେ, ନବ ଦାସଙ୍କ ହତ୍ୟାକାଣ୍ଡକୁ ୫୦ଦିନ ପୁରିଗଲାଣି। ହତ୍ୟାକାଣ୍ଡର ଉଦ୍ଦେଶ୍ୟ କଣ ଓ ଘଟଣା ପଛରେ କିଏ ତାହା ଏ ପର୍ଯ୍ୟନ୍ତ ଜଣା ପଡ଼ିଲାନି।

ଗୋପାଳକୁ ପାଗଳ ସାବ୍ୟସ୍ତ କରିବା ପାଇଁ କାହିଁକି ଚାହୁଁଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ବିରୋଧୀ ଦଳ ନେତା। ଓଡ଼ିଶା ସରକାର କେନ୍ଦ୍ର ସରକାରକୁ ଏଫବିଆଇର ସାହାଯ୍ୟ ନେବାକୁ ଯେଉଁ ଚିଠି ଲେଖିଛନ୍ତି, ତାକୁ ଗୃହରେ ଉପସ୍ଥାପିତ କରିବେ କି। ହାଇକୋର୍ଟର ମନିଟରିଂ କରିବା ପାଇଁ ଯେଉଁ ଚିଠି ଲେଖା ଯାଇଛି ତାହା ଉପସ୍ଥାପିତ କରିବେ କି ସରକାର। ଏସସିବି ମେଡିକାଲକୁ ବିଶ୍ୱସ୍ତରୀୟ କହୁଥିବା ବେଳେ କାହିଁକି ତାକୁ ହିଁ ବିଶ୍ଵାସ କରୁ ନାହାନ୍ତି ବୋଲି ପ୍ରଶ୍ନ କରିଥିଲେ ଜୟନାରାୟଣ ମିଶ୍ର।

Leave A Reply

Your email address will not be published.