Odisha Link
Bridging the Missing Links in Odisha

ରାଜ୍ୟରେ ପଶ୍ଚିମାଝଡର ପ୍ରଭାବ: ୯ଟି ଜିଲ୍ଲାରେ କୁଆପଥର ବର୍ଷାର ଆଶଙ୍କା

ବିଶେଷ କରି କଟକ, ଯାଜପୁର, ଢେଙ୍କାନାଳ ଏହି ୩ ଜିଲ୍ଲାର ଗୋଟିଏ, ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଓଏଲ୍‌ ବ୍ୟୁରୋ: ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ଅନୁଭୂତ ହେଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡିଶାରେ ପଶ୍ଚିମାଝଡର ପ୍ରଭାବରେ ରାଜ୍ୟର ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।

ପାଣିପାଗ ବିଭାଗର ଆକଳନ ଅନୁସାରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଜଗତସିଂହପୁର ଏବଂ ପୁରୀ ଏହି ୯ ଜିଲ୍ଲାଗୁଡିକରେ ବିଜୁଳି ଘଡ଼ଘଡ଼ି ସହିତ କୁଆପଥର ବର୍ଷା ଆଶଙ୍କା ରହିଛି। ବିଶେଷ କରି କଟକ, ଯାଜପୁର, ଢେଙ୍କାନାଳ ଏହି ୩ ଜିଲ୍ଲାର ଗୋଟିଏ, ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।