ବର୍ଷା ପାଇଁ ରାଜ୍ୟର ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ବର୍ଷା ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
ଓଏଲ୍ ବ୍ୟୁରୋ: ବର୍ଷାରେ ଭିଜିଛି ରାଜ୍ୟର ଅନେକ ଜିଲ୍ଲା। ଗତକାଲି ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ହେଉଥିବା ଜଣା ପଡିଛି। ପାଗ କୋହଲା ଥିବାବେଳେ ଅନେକ ସ୍ଥାନରେ ମୃଦୁ ପବନ ଅନୁଭୂତ ହେଉଛି। ଆଜି ସକାଳୁ ପଶ୍ଚିମାଝଡ଼ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ପବନ ହୋଇଥିଲା। ତେବେ ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ବର୍ଷା ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଉପକୂଳ ଓଡ଼ିଶାର ୧୩ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରିଛି ପାଣିପାଗ ବିଭାଗ। ପଶ୍ଚିମାଝଡ଼ର ପ୍ରଭାବରେ ରାଜ୍ୟରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସୋନପୁର, ବୌଦ୍ଧ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଂଜାମ, କନ୍ଧମାଳ, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର। ବର୍ଷା ହେବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରାରୁ ମୁକ୍ତି ମିଳିଥିବା କୁହାଯାଉଛି।