Odisha Link
Bridging the Missing Links in Odisha

ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ: ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବି

ଗୃହର ମଧ୍ୟଭାଗରେ ବିଜେପି ଓ କଂଗ୍ରେସ ସଦସ୍ୟ ନାରାବାଜି କରିଥିଲେ।

ଓଏଲ୍‌ ବ୍ୟୁରୋ: ବିଭିନ୍ନ ପ୍ରସଙ୍ଗକୁ ନେଇ ବିଧାନସଭାରେ ଜାରି ରହିଛି ଅଧିବେଶନ। ଗୃହରେ ଶାସକ-ବିରୋଧୀ ଦଳଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ମୁହାଁମୁହିଁ ହେଉଥିବା ଜଣା ପଡିଛି। ତେବେ ଆଜି ପ୍ରଶ୍ନକାଳରେ ବିରୋଧୀ ପ୍ରବଳ ହଟ୍ଟଗୋଳ ଓ ନାରାବାଜି କରିଥିବା ସୂଚନା ମିଳିଛି।

ଗୃହର ମଧ୍ୟଭାଗରେ ବିଜେପି ଓ କଂଗ୍ରେସ ସଦସ୍ୟ ନାରାବାଜି କରିଥିଲେ। ସ୍ବତନ୍ତ୍ର ମୋସନରେ ମହାନଦୀ ଜଳ ବିବାଦ ଆଲୋଚନା ଦାବିରୁ ହଟ୍ଟଗୋଳ ହୋଇଥିଲା। ବିରୋଧୀ ପ୍ରବଳ ହଟ୍ଟଗୋଳ ଓ ନାରାବାଜି କରିବାରୁ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି।

Leave A Reply

Your email address will not be published.