Odisha Link
Bridging the Missing Links in Odisha

ରାଜ୍ୟର ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା

ଆସନ୍ତାକାଲି ସକାଳ୮ଟାରୁ ଶୁକ୍ରବାର ସକାଳ ସାଢ଼େ ୮ଟା ମଧ୍ୟରେ ରାଜ୍ୟବ୍ୟାପି ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଓଏଲ୍‌ ବ୍ୟୁରୋ: ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କିଛି ଦିନ ହେବ ପଶ୍ଚିମଝଡ଼ର ପ୍ରଭାବ ଦେଖିବାକୁ ମିଳିଥିଲା। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ସହ ପବନ ଅନୁଭୂତ ହେଉଥିଲା। ତେବେ କିଛି ସମୟ ବ୍ୟବଧାନ ପରେ ପୁଣି ଆଜିଠାରୁ ପଶ୍ଚିମାଝଡର ପ୍ରଭାବରେ ରାଜ୍ୟବ୍ୟାପି ବର୍ଷା ସମ୍ଭାବନା ରହିଛି। ତେବେ ଆସନ୍ତାକାଲି ରାଜ୍ୟର ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ସମ୍ପୃକ୍ତ ଜିଲ୍ଲାଗୁଡିକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗକେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଉଛି କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, କେନ୍ଦୁଝର, ମୟୁରଭଞ୍ଜ। ସେହିପରି ଆସନ୍ତାକାଲି ସକାଳ ୮ଟାରୁ ଶୁକ୍ରବାର ସକାଳ ସାଢ଼େ ୮ଟା ମଧ୍ୟରେ ରାଜ୍ୟବ୍ୟାପି ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁସାରେ, ଆସନ୍ତା ୨୭ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷାର ସମ୍ଭାବନା ଥିଲେ ମଧ୍ୟ ରାଜ୍ୟରେ ଅନେକ ଜିଲ୍ଲାରେ ତାପମାତ୍ରା ବୃଦ୍ଧି ପାଇଥିବା ଅନୁଭୂତ ହୋଇଛି ହେଁ ଅନେକ ସହରର ତାପମାତ୍ରା ୪ଂ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ପୂର୍ବାନୁମାନ କରାଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ଗୋପାଳପୁରରେ ସର୍ବାଧିକ ୪୫.୧ମିମି ବର୍ଷା ହୋଇଥିବା ବେଳେ ଭୁବନେଶ୍ୱରରେ ୧୯.୨ମିମି, ଭବନାୀପାଟଣାରେ ୧୫ମିମି, ଖୋର୍ଦ୍ଧାରେ ୨୫ମିମି ବର୍ଷା ରେକର୍ଡ କରାଯାଇଛି। ବୁଧବାର ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ରାଜ୍ୟର ବାରିପଦାରେ ସର୍ବାଧିକ ୧୧.୪ମିମି ବର୍ଷା ହୋଇଥିବା ବେଳେ ଭୁବନେଶ୍ୱରର ତାପମାତ୍ରା ୩୪.୮ଂ ହୋଇଥିବା ରେକର୍ଡ କରାଯାଇଥିଲା।

Leave A Reply

Your email address will not be published.