Odisha Link
Bridging the Missing Links in Odisha

କଂଗ୍ରେସ ଡାକିଲା ଜରୁରୀ ବୈଠକ

୨୦୧୯ ଲୋକସଭା ନିର୍ବାଚନ ପୂର୍ବରୁ କର୍ଣ୍ଣାଟକର କୋଲାର୍‌ଠାରେ ଆୟୋଜିତ ରାଲିରେ ଉଦ୍‌ବୋଧନ ଦେବା ବେଳେ ରାହୁଲ୍‌ ଗାନ୍ଧୀ ‘ମୋଦୀ’ ସାଙ୍ଗିଆକୁ ବିଦ୍ରୂପ କରି ଏଭଳି ଅସମ୍ମାନଜନକ ମନ୍ତବ୍ୟ ଦେଇଥିଲେ

ଓଏଲ୍‌ ବ୍ୟୁରୋ: ମୋଦି ଉପନାମକୁ ନେଇ ରାହୁଲଙ୍କ ଆପତ୍ତିଜନକ ମନ୍ତବ୍ୟ ମାମଲା ସାମ୍ନାକୁ ଆସିଥିଲା। ଗତକାଲି ରାୟ ଶୁଣାଇଥିଲେ ସୁରତ ଜିଲ୍ଲା ନ୍ୟାୟାଳୟ। ଦାଏର ଅପରାଧିକ ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ୨ ଜେଲ ସହ ତାଙ୍କୁ ବେଲ ମଧ୍ୟ ମିଳିଥିଲା। ତେବେ ଏହି ଘଟଣା ପରେ କଂଗ୍ରେସ ଡାକିଲା ଜରୁରୀ ବୈଠକ। ଦିଲ୍ଲୀ କଂଗ୍ରେସ ମୁଖ୍ୟାଳୟରେ ସଂଧ୍ୟା ୫ଟାରେ ବୈଠକ ବସିବ ବୋଲି ସୂଚନା ମିଳିଛି। ଏଥିପାଇଁ ଷ୍ଟିୟରିଂ କମିଟି ସଦସ୍ୟ, ପିସିସି ସଭାପତି ଓ ସିଏଲପି ନେତାଙ୍କୁ ଦିଲ୍ଲୀ ଡାକରା ହୋଇଛି। ଦଳର ସଭାପତି ମଲ୍ଲିକାର୍ଜୁନ ଖଡଗେ ବୈଠକରେ ଅଧ୍ୟକ୍ଷତା କରିବେ। ପାର୍ଲାମେଣ୍ଟ ହାଉସରୁ ବିଜୟ ଚୌକ ପର୍ଯ୍ୟନ୍ତ ପଦଯାତ୍ରା କରିବା ନେଇ ମଧ୍ୟ ଦଳ ଯୋଜନା କରୁଥିବା ସୂଚନା ମିଳିଛି। ପଦଯାତ୍ରା ପରେ ରାଷ୍ଟ୍ରପତିଙ୍କୁ ଦାବି ପତ୍ର ଦେଇପାରେ ଦଳ।

ସୂଚନା ଅନୁସାରେ, ସବୁ ଚୋର କାହିଁକି ମୋଦି ସାଙ୍ଗିଆ ବହନ କରିଛନ୍ତି ବୋଲି ୨୦୧୯ ଏପ୍ରିଲ୍‌ରେ ରାଜନୈତିକ ପ୍ରଚାର ଅଭିଯାନ ବେଳେ ରାହୁଲ୍‌ ଗାନ୍ଧୀ ମନ୍ତବ୍ୟ ଦେଇଥିଲେ। ତେବେ ଏହି ମାନହାନି ମାମଲାକୁ ନେଇ କୋର୍ଟରେ କେଶ ଦାଏର ହୋଇଥିଲା। ଉପରୋକ୍ତ ମନ୍ତବ୍ୟ ଦେଇଥିବାରୁ ରାହୁଲ୍‌ଙ୍କ ନାଁରେ ‘ବିଜେପି’ ବିଧାୟକ ତଥା ପୂର୍ବତନ ଗୁଜରାଟ ମନ୍ତ୍ରୀ ପୂର୍ଣ୍ଣେଶ ମୋଦୀ ଅଭିଯୋଗ ଦାଏର କରିଥିଲେ। ଏହି ମନ୍ତବ୍ୟ ସମଗ୍ର ମୋଦୀ ସମ୍ପ୍ରଦାୟର ମାନହାନି କରିଛି ବୋଲି ଅଭିଯୋଗରେ ଉଲ୍ଲେଖ କରାଯାଇଥିଲା। ୨୦୧୯ ଲୋକସଭା ନିର୍ବାଚନ ପୂର୍ବରୁ କର୍ଣ୍ଣାଟକର କୋଲାର୍‌ଠାରେ ଆୟୋଜିତ ରାଲିରେ ଉଦ୍‌ବୋଧନ ଦେବା ବେଳେ ରାହୁଲ୍‌ ଗାନ୍ଧୀ ‘ମୋଦୀ’ ସାଙ୍ଗିଆକୁ ବିଦ୍ରୂପ କରି ଏଭଳି ଅସମ୍ମାନଜନକ ମନ୍ତବ୍ୟ ଦେଇଥିଲେ।

ଉପରୋକ୍ତ ମାମଲାର ଶୁଣାଣି କରି ଗୁଜରାଟର ସୁରତ ଜିଲ୍ଲାସ୍ଥିତ ଏକ ଅଦାଲତ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଜେଲ୍ ଦଣ୍ଡାଦେଶ ଦେଇଥିଲେ। ଏହି ମାମଲାରେ ଚିଫ୍ ଜୁଡିସିଆଲ୍‌ ମାଜିଷ୍ଟ୍ରେଟ୍‌ ଏଚ୍. ଏଚ୍‌. ବର୍ମାଙ୍କ ଅଦାଲତ କଂଗ୍ରେସ ସାଂସଦ ରାହୁଲ୍‌ ଗାନ୍ଧୀଙ୍କୁ ୨ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଥିଲେ। ‘ଆଇପିସି’ ଧାରା ୫୦୪ ଅନୁଯାୟୀ ରାହୁଲ୍‌ଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଅନ୍ୟପକ୍ଷେ, ଏହି ମାମଲାରେ ରାହୁଲ୍‌ ଗାନ୍ଧୀଙ୍କୁ ୩୦ ଦିନ ପାଇଁ ଜାମିନ ମିଳିଯାଇଥିବା ଜଣା ପଡିଥିଲା। ଏହାଛଡ଼ା, ଏହି ନି‌ଷ୍ପତ୍ତି ଉପରେ ଆବେଦନ କରିବା ଲାଗି ମଧ୍ୟ ତାଙ୍କୁ ଅନୁମତି ଦେଇଛି କୋର୍ଟ। ରାହୁଲ ଗାନ୍ଧୀ ଦୋଷୀ ସାବ୍ୟସ୍ତ ହେବାକୁ ବିଭିନ୍ନ ସ୍ଥାନରେ କଂଗ୍ରେସ କର୍ମୀମାନେ ବିରୋଧ କରୁଥିବା ଜଣା ପଡିଛି।

Leave A Reply

Your email address will not be published.