Odisha Link
Bridging the Missing Links in Odisha

ମେ’୧୦ରେ ଝାରସୁଗୁଡା ଉପ-ନିର୍ବାଚନ, ୧୩ରେ ଫଳାଫଳ

ମେ’୧୦ରେ ନିର୍ବାଚନ ହେବାକୁ ଥିବା ବେଳେ ମେ’୧୩ରେ ଫଳାଫଳ ପ୍ରକାଶ ପାଇବ।

ଓଏଲ୍‌ ବ୍ୟୁରୋ : ପାଖେଇ ଆସୁଛି ନିର୍ବାଚନ ପ୍ରକ୍ରିୟା। ନିର୍ବାଚନକୁ ନଜରରେ ରଖି ବିଭିନ୍ନ ରାଜନୈତିକ ଦଳ ନିଜର ରଣନୀତି ପ୍ରସ୍ତୁତ କରିବାରେ ଲାଗିଛନ୍ତି। ତେବେ ଏହାରି ମଧ୍ୟରେ ଝାରସୁଗୁଡା ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ। ଏନେଇ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର।

ମେ’୧୦ରେ ନିର୍ବାଚନ ହେବାକୁ ଥିବା ବେଳେ ମେ’୧୩ରେ ଫଳାଫଳ ପ୍ରକାଶ ପାଇବ। ତେବେ ଝାରସୁଗୁଡା ଉପ-ନିର୍ବାଚନ ପାଇଁ ଆସନ୍ତା ୨୦ ଏପ୍ରିଲ ନାମାଙ୍କନ ଦାଖଲର ଶେଷ ତାରିଖ ହୋଇଥିବାବେଳେ ୨୧ ଏପ୍ରିଲରେ ନାମାଙ୍କନ ପତ୍ର ଯାଞ୍ଚ ହେବ। ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ହେଉଛି ୨୪ ଏପ୍ରିଲ।

ସୂଚନା ଅନୁସାରେ, ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ଏଥିମଧ୍ୟରେ ପାଖାପାଖି ୨ମାସ ଶେଷ ହୋଇଛି। ନବ ଦାସଙ୍କ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସ ଜେଲରେ ଦିନ କାଟୁଥିବାବେଳେ ଘଟଣାର ତଦନ୍ତ ଜାରି ରହିଛି। ହେଲେ ହତ୍ୟାର ଏତେ ଦିନ ପରେ ମଧ୍ୟ ହତ୍ୟାକାଣ୍ଡର ମୁଖ୍ୟ କାରଣ ସାମ୍ନାକୁ ଆସିପାରିନାହିଁ।

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଦେହାନ୍ତ ପରେ ତାଙ୍କ ପଦ ଖାଲି ରହିଛି। ତେବେ ଏହି ପଦବୀ ପୂରଣ ପାଇଁ ଝାରସୁଗୁଡାରେ ଉପ-ନିର୍ବାଚନ ହେବ। ଉପ-ନିର୍ବାଚନକୁ ନେଇ ଝାରସୁଗୁଡାରେ କେଉଁ ଦଳ ଉପ-ନିର୍ବାଚନରେ ବାଜିମାତ କରିବ ଦେଖିବାକୁ ବାକି ରହିଲା।

Leave A Reply

Your email address will not be published.