Odisha Link
Bridging the Missing Links in Odisha

ରାଜ୍ୟର ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା

ଆଗାମୀ ୨୪ ଘଣ୍ଟାରେ ଘଡ଼ଘଡ଼ି ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଓଏଲ୍‌ ବ୍ୟୁରୋ: ରାଜ୍ୟବାସୀଙ୍କୁ ଭିଜାଇଛି ପଶ୍ଚିମା ଝଡ଼। ଆହୁରି ମଧ୍ୟ ପଶ୍ଚିମା ଝଡ଼ର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ଆଶଙ୍କା ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଆଉ ୪ ଦିନ କାଳବୈଶାଖୀ ବର୍ଷା ଲାଗି ରହିବ। ଏପ୍ରିଲ୍ ୨ ବେଳକୁ ଭାରତର ଉତ୍ତର-ପଶ୍ଚିମ ଭାଗକୁ ଏକ ନୂଆ ପଶ୍ଚିମା-ଝଡ଼ ପ୍ରଭାବିତ କରିବାର ସମ୍ଭାବନା ରହିଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଗାମୀ ୨୪ ଘଣ୍ଟାରେ ଘଡ଼ଘଡ଼ି ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ପାଣିପାଗ ବିଭାଗର ସୂଚନା ଅନୁସାରେ, ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ହେଉଛି ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର। ଏସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। କିଛି ସ୍ଥାନରେ କୁଆପଥର ମାଡ଼ ବର୍ଷା ହେବାର ସମ୍ଭାବନା ରହିଛି। ପୂର୍ବରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ କୁଆପଥର ବର୍ଷା ହୋଇଥିଲା।

Leave A Reply

Your email address will not be published.