Odisha Link
Bridging the Missing Links in Odisha

ରାଜ୍ୟରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର ଆଶଙ୍କା

ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ।

ଓଏଲ୍‌ ବ୍ୟୁରୋ: ରାଜ୍ୟବାସୀଙ୍କୁ ଭିଜାଇଛି ପଶ୍ଚିମା ଝଡ଼। ଆହୁରି ମଧ୍ୟ ପଶ୍ଚିମା ଝଡ଼ର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ଆଶଙ୍କା ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଆଉ ୪ ଦିନ କାଳବୈଶାଖୀ ବର୍ଷା ଲାଗି ରହିବ। ଆଜି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ମଧ୍ୟ ରହିଛି। ଏନେଇ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଆଜି ବାଲେଶ୍ବର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ଝଡ଼ବର୍ଷା ସହ କୁଆପଥର ବର୍ଷା ହୋଇପାରେ। ଏଥିସହ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ବୌଦ୍ଧ ଆଦି ଜିଲ୍ଲାରେ ଝଡ଼ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବ। ଏଣୁ ଏହି ୯ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ପାଣିପାଗ ବିଭାଗର ସୂଚନା ଅନୁସାରେ, ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। କିଛି ସ୍ଥାନରେ କୁଆପଥର ମାଡ଼ ବର୍ଷା ହେବାର ସମ୍ଭାବନା ରହିଛି। ପୂର୍ବରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ କୁଆପଥର ବର୍ଷା ହୋଇଥିଲା।

Leave A Reply

Your email address will not be published.