Odisha Link
Bridging the Missing Links in Odisha

ଏପ୍ରିଲ ୧୧ରୁ ସକାଳୁଆ ସ୍କୁଲ

ଓଏଲ୍‌ ବ୍ୟୁରୋ: ଏପ୍ରିଲ ୩ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ୨୦୨୩-୨୪ ଶିକ୍ଷା ବର୍ଷ। ସେହିପରି ୩ ତାରିଖରୁ ୮ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକରେ ନାମଲେଖା ପ୍ରକ୍ରିୟା ଶେଷ ହେବ ବୋଲି ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ବାହାରିଛି। ସେହିପରି ଏପ୍ରିଲ ୧୧ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ସକାଳୁଆ ହେବ।

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ହେଉଥିବା ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ସକାଳ ୭ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ଚାଲିବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ନିଜ ନିଜ ଜିଲ୍ଲାର ସ୍କୁଲଗୁଡ଼ିକର ସମୟ ନିର୍ଘଣ୍ଟରେ ପରିବର୍ତ୍ତନ କରିପାରିବେ। ଆଜି ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ସହ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶନାମା ଜାରି ହୋଇଛି।

ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲଗୁଡ଼ିକରେ ସ୍ୱଚ୍ଛ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଇତ୍ୟାଦି ଯୋଗାଇ ଦେବା ପାଇଁ ସ୍କୁଲ କର୍ତ୍ତୃପକ୍ଷ ଯତ୍ନବାନ ହେବେ। ଏପରିକି ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆବଶ୍ୟକ ପଡ଼ିଲେ ଜିଲ୍ଲାପାଳମାନେ ସ୍କୁଲ ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ ବୋଲି ନିର୍ଦ୍ଦେଶନାମା ଜାରି ହୋଇଛି।

Leave A Reply

Your email address will not be published.