ରାଜ୍ୟର ଦୁଇ ଏନ୍ଏସି ନିର୍ବାଚନରେ ବିଜେଡିର ବାଜିମାତ
ଧ୍ୟକ୍ଷ ପଦ ସହ ୧୧ଟି ୱାର୍ଡରେ ବିଜେଡି ବିଜୟ ଲାଭ କରିଛି।

ଓଏଲ୍ ବ୍ୟୁରୋ: ବିଜ୍ଞାପିତ ଅଞ୍ଚଳ ପରିଷଦରେ ବିଜେଡିର ବାଜିମାତ। ରାଜ୍ୟର ଦୁଇ ଏନ୍ଏସିରେ ନିର୍ବାଚନ ହୋଇଥିବାବେଳେ ବିଜେଡି ବିଜୟ ଲାଭ କରିଛି। ଢେଙ୍କାନାଳ ହିନ୍ଦୋଳ ଏନ୍ଏସି ନିର୍ବାଚନରେ ବିଜେଡି ବିଜୟ ଲାଭ କରିଛି। ୧୬ଟି ୱାର୍ଡରୁ ୧୧ଟିରେ ବିଜେଡି ପ୍ରାର୍ଥୀ ବିଜୟୀ ଲାଭ କରିଥିବାବେଳେ ୫ଟି ୱାର୍ଡରେ ବିଜେପି ବିଜୟୀ ହୋଇଥିବା ଜଣା ପଡିଛି। ଅଧ୍ୟକ୍ଷ ପଦ ସହ ୧୧ଟି ୱାର୍ଡରେ ବିଜେଡି ବିଜୟ ଲାଭ କରିଛି। ବିଜେପି ପ୍ରାର୍ଥୀଙ୍କୁ ହରାଇ ବିଜୁ ଜନତା ଦଳର କେଶବ ପ୍ରଧାନ ଅଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି।
ଅନ୍ୟପଟେ, ବରଗଡ଼ ଅତାବିରା ଏନ୍ଏସି ନିର୍ବାଚନରେ ବିଜେଡି ବିଜୟ ଲାଭ କରିଛି। ୧୨ଟି ୱାର୍ଡରୁ ୧୧ଟିରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଥିବା ଜଣା ପଡିଛି। ଅଧ୍ୟକ୍ଷ ପଦ ସହ ୧୧ଟି ୱାର୍ଡରେ ବିଜେଡି ପ୍ରାର୍ଥୀ ବିଜୟୀ ଲାଭ କରିଛନ୍ତି। ଗୋଟିଏ ୱାର୍ଡରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହୋଇଥିବା ଜଣା ପଡିଛି। ଅତାବିରା ୧୨ଟି ୱାର୍ଡରୁ ୧୧ଟିରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଥିବାବେଳେ ଏନଏସି ଅଧ୍ୟକ୍ଷ ପଦ ପାଇଁ ବିଜେଡିର ବନମାଳୀ ବରିହା ବିଜୟୀ ହୋଇଛନ୍ତି। ବିଜେଡିର ଅଧ୍ୟକ୍ଷ ପ୍ରାର୍ଥୀ ବନମାଳି ବରିହା ତାଙ୍କ ନିକଟତମ ପ୍ରାର୍ଥୀ କଂଗ୍ରେସର ସବିତା ଭୁଏଙ୍କ ଠାରୁ ୪ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ବିଜେଡି ପାଇଁ ପ୍ରଚାର ଅଭିଯାନ ସମ୍ଭାଳିଥିଲେ ଅତାବିରା ନିର୍ବାଚନମଣ୍ତଳୀରୁ ପ୍ରତିନିଧିତ୍ବ କରୁଥିବା ବିଧାୟିକା ସ୍ନେହା˚ଗିନୀ ଛୁରିଆ।