Odisha Link
Bridging the Missing Links in Odisha

ନକଲି ସାର୍ଟିଫିକେଟ ମାମଲା: ବଲାଙ୍ଗିରରେ କ୍ରାଇମବ୍ରାଞ୍ଚର ତନାଘନା

ବଲାଙ୍ଗିର ଜିଲ୍ଲା ମୁଖ୍ୟ ଡାକଘରେ କ୍ରାଇମବ୍ରାଞ୍ଚ ଟିମ୍‌ ପହଂଚି ତଦନ୍ତ ଆରମ୍ଭ କରିବା ସହ ପୋଷ୍ଟାଲ ଅଧୀକ୍ଷକଙ୍କ ସହ ଆଲୋଚନା ଜାରି କରିଛି।

ଓଏଲ୍‌ ବ୍ୟୁରୋ: ନକଲି ସାର୍ଟିଫିକେଟ ଦେଇ ଚାକିରୀ କରିବା ଘଟଣା ସାମ୍ନାକୁ ଆସିଥିଲା। ପ୍ରଥମେ ବଲାଙ୍ଗୀରରୁ ଧରାପଡିଥିବା ନକଲି ସାର୍ଟିଫିକେଟ ରାକେଟ ଏବେ ସାରା ରାଜ୍ୟରେ ବ୍ୟାପିଥିବା, ଧିରେ ଧିରେ ସାମ୍ନାକୁ ଆସିବାରେ ଲାଗିଛି। ତେବେ ଏନେଇ ଅଭିଯୋଗ କ୍ରମେ ମାମଲାରେ ତଦନ୍ତ କରିବା ପାଇଁ କ୍ରାଇମବ୍ରାଞ୍ଚ ଟିମ୍ ବଲାଙ୍ଗୀର ଯାଇଁ ତଦନ୍ତ କରିବ ବୋଲି ଜଣା ପଡିଥିଲା।
ବର୍ତ୍ତମାନ ନକଲି ସାର୍ଟିଫିକେଟ ମାମଲାରେ କ୍ରାଇମବ୍ରାଞ୍ଚ ବଲାଙ୍ଗୀର ଯାଇ ତଦନ୍ତ ଆରମ୍ଭ କରିଛି। ବଲାଙ୍ଗିର ଜିଲ୍ଲା ମୁଖ୍ୟ ଡାକଘରେ କ୍ରାଇମବ୍ରାଞ୍ଚ ଟିମ୍‌ ପହଂଚି ତଦନ୍ତ ଆରମ୍ଭ କରିବା ସହ ପୋଷ୍ଟାଲ ଅଧୀକ୍ଷକଙ୍କ ସହ ଆଲୋଚନା ଜାରି କରିଛି।

ଖବର ଅନୁସାରେ, ବଲାଙ୍ଗୀର, କେନ୍ଦ୍ରାପଡା, କନ୍ଧମାଳ, ଫୁଲବାଣୀ ପରେ ଗତକାଲି କୋରାପୁଟରୁ ନକଲି ସାର୍ଟିଫିକେଟ୍ ମାମଲା ସାମ୍ନାକୁ ଆସିଥିଲା। କୋରାପୁଟ ଡାକ ବିଭାଗ ଅଧିନରେ ଗ୍ରାମ ସେବକ ପଦବୀ ପାଇଁ, ଚୟନ ହୋଇଥିବା ମୋଟ ୩୨ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ୨୨ ଜଣଙ୍କ ମାଟ୍ରିକ୍ ସାର୍ଟିଫିକେଟ୍ ନକଲି ଥିବା ଜଣାପଡ଼ିଛି। ନକଲି ସାର୍ଟିଫିକେଟ ମାଷ୍ଟରମାଇଣ୍ଡ ମନୋଜ ମିଶ୍ର, ଓ ତାଙ୍କ ସହଯୋଗୀ ଗିରଫ ହୋଇ ଏବେ ଜେଲରେ ଅଛନ୍ତି।

ଏସବୁ ଭିତରେ ମନୋଜଙ୍କ ସହ ରାଜନୈତିକ ଦଳର ନେତାଙ୍କ ଫଟୋକୁ ନେଇ ନୂଆ ବିବାଦ ଆରମ୍ଭ ହୋଇଥିଲା। ତେବେ ଏହି ଘଟଣାକୁ ନେଇ କ୍ରାଇମବ୍ରାଞ୍ଚ ତଦନ୍ତ କରିବ ବୋଲି ସୂଚନା ମିଳିଥିଲା। ଡିଏସପି ଡି.ବି. ଚକ୍ରଙ୍କ ନେତୃତ୍ୱରେ ୫ଜଣିଆ ଟିମ୍ ଆସି ମାମଲାର ତଦନ୍ତ କରିବ। ଟିମ୍ ବଲାଙ୍ଗୀର ପୁଲିସଠାରୁ କାଗଜପତ୍ର ନେବ ବୋଲି ପୂର୍ବରୁ ଜଣା ପଡିଥିଲା। ରାଜ୍ୟ ବାହାରକୁ ଯାଇ କ୍ରାଇମବ୍ରାଞ୍ଚ ଟିମ୍ ତଦନ୍ତ କରିବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.