ଆସନ୍ତା ଏପ୍ରିଲ ୧୦ରୁ +୨ ଖାତାଦେଖା
ଯୁକ୍ତ ଦୁଇ ପରୀକ୍ଷା ଖାତା ମୂଲ୍ୟାୟନ ଉଭୟ ଅନ୍ଲାଇନ ଓ ଅଫ୍ଲାଇନ ଜରିଆରେ ହେବ

ଓଏଲ୍ ବ୍ୟୁରୋ: ମାର୍ଚ୍ଚ ପହିଲାରୁ ଆରମ୍ଭ ହୋଇ ଆଜି ଶେଷ ହୋଇଛି ଯୁକ୍ତ ଦୁଇ ପରୀକ୍ଷା। ତେବେ ପରୀକ୍ଷା ଶେଷ ହେବା ପରେ ପରୀକ୍ଷା ଖାତା ମୂଲ୍ୟାୟନ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଜାରି କରାଯାଇଛି। ଆସନ୍ତା ଏପ୍ରିଲ ୧୦ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତାଦେଖା। ୨ଟି ପର୍ଯ୍ୟାୟରେ ହେବ ଯୁକ୍ତ ଦୁଇ ପରୀକ୍ଷା ଖାତା ମୂଲ୍ୟାୟନ।
ଆସନ୍ତା ଏପ୍ରିଲ ୧୦ରୁ ୨୨ ପ୍ରଥମ ପର୍ଯ୍ୟାୟରେ ପରୀକ୍ଷାଖାତା ମୂଲ୍ୟାୟନ କରାଯିବ। ପୁଣି ଏପ୍ରିଲ ୨୩ରୁ ମେ’ ୭ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା ଜାରି ରହିବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ପ୍ରକାଶ ପାଇଛି। ତେବେ ଯୁକ୍ତ ଦୁଇ ପରୀକ୍ଷା ଖାତା ମୂଲ୍ୟାୟନ ଉଭୟ ଅନ୍ଲାଇନ ଓ ଅଫ୍ଲାଇନ ଜରିଆରେ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି।