Odisha Link
Bridging the Missing Links in Odisha

ଜାପାନରେ ନିପନ୍ ଷ୍ଟିଲ୍ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

୩୦ ନିୟୁତ ଟନର ଏହି ମେଗା ଗ୍ରୀନ୍ ଫିଲ୍ଡ ଗଢିବ ଜାପାନ ଷ୍ଟିଲ।

ଓଏଲ୍‌ ବ୍ୟୁରୋ: ଜାପାନ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତକାଲି ଜାପାନର ଟୋକିଓରେ ଓଡ଼ିଶା ବିଜନେସ୍ ମିଟରେ ଯୋଗଦାନ କରିଥିଲେ ମୁଖ୍ୟମନ୍ତ୍ରୀ। ବିଭିନ୍ନ ଶିଳ୍ପପତିଙ୍କୁ ଭେଟି ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ପୂର୍ବରୁ ନିପନ୍ ଷ୍ଟିଲ୍ କର୍ପୋରେସନ୍ ଅଧ୍ୟକ୍ଷ ଇଜି ହାସିମୋଟାଙ୍କୁ ସାକ୍ଷାତ କରିଥିଲେ। ଆଜି ମୁଖ୍ୟମନ୍ତ୍ରୀ ନିପନ୍ ଷ୍ଟିଲ୍ ପରିଦର୍ଶନ କରିଛନ୍ତି।

https://www.facebook.com/OdishaLink/videos/622272356475785

ଉଭୟଙ୍କ ମଧ୍ୟରେ ଆଲୋଚନା ବେଳେ ରାଜ୍ୟରେ କମ୍ପାନୀ ବାର୍ଷିକ ୩୦ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ଏକ ବିଶାଳ ଇସ୍ପାତ କାରଖାନା ସ୍ଥାପନ କରିବାକୁ କମ୍ପାନୀ ଯୋଜନା ରଖିଥିବା ବିଷୟରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ। ହାସିମୋଟା ଓ ତାଙ୍କ ଟିମକୁ ମୁଖ୍ୟମନ୍ତ୍ରୀ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟ ସରକାରଙ୍କ ପ୍ରତିନିଧି ଦଳ ମଧ୍ୟ ନିପନ୍ ଷ୍ଟିଲ କର୍ପୋରେସନର ଆଇଡି ସେଣ୍ଟର ପରିଦର୍ଶନ କରିଛନ୍ତି।

ଖବର ଅନୁସାରେ, ଗତକାଲି ଜାପାନର ଟୋକିଓରେ ଓଡ଼ିଶା ବିଜନେସ୍ ମିଟକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିଥିଲେ। ଶିଳ୍ପପତିଙ୍କୁ ଭେଟି ଆଲୋଚନା କରିବା ସହ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଜାପାନର ବଡ ବଡ ଉଦ୍ୟୋଗୀ ଓ ପୁଞ୍ଜିପତିଙ୍କୁ ସିଧାସଳଖ ଭେଟିବା ସହ ଆମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟରେ ସର୍ବବୃହତ ଅତ୍ୟାଧୁନିକ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ହେବ। ୩୦ ନିୟୁତ ଟନର ଏହି ମେଗା ଗ୍ରୀନ୍ ଫିଲ୍ଡ ଗଢିବ ଜାପାନ ଷ୍ଟିଲ। ଟୋକିଓରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା ବେଳେ ନିପନ ଷ୍ଟିଲ କର୍ପୋରେସନର ସଭାପତି ଏନେଇ ଘୋଷଣା କରିଥିଲେ। ଜାପାନ ଗସ୍ତରେ ଯାଇ ପ୍ରବାସୀ ଓଡ଼ିଆଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଜାପାନ ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରତିନିଧି ଦଳରେ ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ, ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା, ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ ପ୍ରମୁଖ ସଚିବ ମନୋଜ କୁମାର ମିଶ୍ର, ଇପିକଲ୍‌ ପରିଚାଳନା ନିର୍ଦ୍ଦେଶକ ଭୂପେନ୍ଦର ପୁନିଆ ଅଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କେ ପାଣ୍ଡିଆନ, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭିନୀଲ କ୍ରିଷ୍ଣା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଜାପାନ ଗସ୍ତରେ ଯାଇଥିବା ସୂଚନା ମିଳିଛି।

Leave A Reply

Your email address will not be published.