Odisha Link
Bridging the Missing Links in Odisha

ମନି ଲଣ୍ଡରିଂ ମାମଲା: କୋର୍ଟରେ ହାଜର ହେଲେ ଅର୍ଚ୍ଚନା ନାଗ

ଖଣ୍ଡଗିରି ଥାନାର ଶ୍ରଦ୍ଧାଞ୍ଜଳି ମାମଲାରେ ଅର୍ଚ୍ଚନା ନାଗଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରାଯାଇଥିଲା।

ଓଏଲ୍‌ ବ୍ୟୁରୋ: ବହୁଚର୍ଚ୍ଚିତ ମନି ଲଣ୍ଡରିଂ ମାମଲାରେ କୋର୍ଟରେ ହାଜର ହେଲେ ଅର୍ଚ୍ଚନା ଚାନ୍ଦ ତାଙ୍କ ସହ ସ୍ୱାମୀ ଜଗବନ୍ଧୁ। ପୂର୍ବରୁ ବ୍ଲାକମେଲ କୁଇନ ଅର୍ଚ୍ଚନା ନାଗ ମାମଲାକୁ ନେଇ ହାଇକୋର୍ଟ ଦେଇଥିବା ନିର୍ଦେଶ ସାମ୍ନାକୁ ଆସିଥିଲା। ଅର୍ଚ୍ଚନାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ଜାମିନ ଦେଇଥିଲେ ହାଇକୋର୍ଟ। ଜଗବନ୍ଧୁଙ୍କ ନାଁରେ ୩ଟି ମାମଲା ରହିଛି। ୩ଟି ମାମଲାରୁ ମାତ୍ର ଗୋଟିଏରେ ସର୍ତ୍ତମୂଳକ ଜାମିନ ମିଳିଥିଲା। ଖଣ୍ଡଗିରି ଥାନାର ଶ୍ରଦ୍ଧାଞ୍ଜଳି ମାମଲାରେ ଅର୍ଚ୍ଚନା ନାଗଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରାଯାଇଥିଲା।

ଖବର ଅନୁସାରେ, ପୂର୍ବରୁ ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲାର ଗତ ମାସ ୯ ତାରିଖରେ ହାଇକୋର୍ଟରେ ଶୁଣାଣି ହୋଇଥିଲା। ମାମଲାର ଶୁଣାଣି ସମୟରେ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ ଦାଖଲ ହୋଇ ସାରିଥିବା ସ୍ପଷ୍ଟ ହୋଇଥିଲା। ଅର୍ଚ୍ଚନା ନାଗ ପୂର୍ବରୁ ତଳ କୋର୍ଟରେ ଜାମିନ ଆବେଦନ। ଏହି ଜାମିନକୁ ଖାରଜ କରିଥିଲା କୋର୍ଟ। ପରେ ସେ ହାଇକୋର୍ଟରେ ଜାମିନ୍ ଆବେଦନ କରିଥିଲେ। ହାଇକୋର୍ଟ ଏହି ମାମଲାର ଶୁଣାଣି କରି କେସ୍ ଡାଏରି ଦାଖଲ ପାଇଁ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବର୍ତ୍ତମାନ ଏହି ମାମଲାକୁ ନେଇ ଇଡି ତଦନ୍ତ ଜାରି କରିଛି।

Leave A Reply

Your email address will not be published.