Odisha Link
Bridging the Missing Links in Odisha

କରୋନା ମହାମାରୀ ଲକ୍ଷଣ ଥିଲେ ତୁରନ୍ତ ଚିକିତ୍ସା କରାଇ ନିଅନ୍ତୁ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଆକ୍ଟିଭ କେସ୍ କିଛି ପରିମାଣରେ ବଢ଼ିଛି।

ଓଏଲ୍‌ ବ୍ୟୁରୋ: କରୋନା ଭୂତାଣୁକୁ ନେଇ ବଢ଼ିଲା ଦେଶବାସୀଙ୍କ ଚିନ୍ତା। ପୁଣି କାୟା ବିସ୍ତାର କଲାଣି କରୋନା ମହାମାରୀ। କିଛି ମାସର ବ୍ୟବଧାନ ପରେ ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଲଗାତର ଭାବେ ବୃଦ୍ଧି ପାଇଛି। ରାଜ୍ୟରେ ଦୈନିକ ସଂକ୍ରମଣ ୫୦୦ରୁ ଅଧିକ ଚିହ୍ନଟ କରାଯାଇଛି। ଦେଶରେ ସଂକ୍ରମଣଙ୍କ ସଂଖ୍ୟା ୫୦୦୦ରୁ ଅଧିକ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା। କରୋନା ସ୍ଥିତିକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି ଯେ, କରୋନା ସଂକ୍ରମଣ ସ୍ଥିର ରହିଛି। ଆକ୍ଟିଭ କେସ୍ କିଛି ପରିମାଣରେ ବଢ଼ିଛି। କରୋନା ସଂକ୍ରମଣ ଲକ୍ଷଣ ଥିଲେ ତୁରନ୍ତ ଚିକିତ୍ସା କରାଇ ନିଅନ୍ତୁ ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି।

ପୂର୍ବରୁ ମହାମାରୀକୁ ନଜରରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ବୈଠକ କରିଥିଲେ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ସମସ୍ତ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ କହିଥିଲେ ଯେ, କରୋନାରୁ ବର୍ତ୍ତିବା ପାଇଁ ସମସ୍ତଙ୍କୁ ସତର୍କ ରହିବାକୁ ପଡିବ ଓ ଅନାବଶ୍ୟକ ଭୟରୁ ମଧ୍ୟ ଦୂରେଇ ରହିବାକୁ ପଡିବ। ଏହାସହ ସମସ୍ତ ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଉପଦେଶ ଦେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ କହିଥିଲେ ଯେ, ନିଜ ନିଜ ରାଜ୍ୟରେ କୋଭିଡର ସ୍ଥିତିକୁ ଦେଖି ସ୍ୱାସ୍ଥ୍ୟସେବା ଓ ଭିତ୍ତିଭୂମୀ ଉପରେ ସମୀକ୍ଷା ବୈଠକ କରନ୍ତୁ। ଏହାସହ ଏପ୍ରିଲ ୧୦ ଓ ୧୧ ତାରିଖରେ ସାରା ଦେଶରେ କୋଭିଡକୁ ନେଇ ମକ୍ ଡ୍ରିଲ କରାଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ଏହାସହ ସବୁ ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ରାଜ୍ୟର ହସ୍ପିଟାଲ ସ୍ଥିତି ବାବଦରେ ସମ୍ପୂର୍ଣ୍ଣ ତଥ୍ୟ ଯୋଗାଡ କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

Leave A Reply

Your email address will not be published.