Odisha Link
Bridging the Missing Links in Odisha

ଝାରସୁଗୁଡା ଉପ-ନିର୍ବାଚନ: ୧୮ରେ ବିଜେଡି, ୧୫ରେ କଂଗ୍ରେସ ପ୍ରାର୍ଥୀ ଭରିବେ ନାମାଙ୍କନ

ସେପଟେ ଆସନ୍ତା ୧୫ ତାରିଖରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ନାମାଙ୍କନ ଭରିବେ। କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଏନେଇ ସୂଚନା ଦେଇଛନ୍ତି।

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ଝାରସୁଗୁଡା ଉପ-ନିର୍ବାଚନ। ନିର୍ବାଚନକୁ ନଜରରେ ରଖି ବିଭିନ୍ନ ରାଜନୈତିକ ଦଳ ନିଜର ରଣନୀତି ପ୍ରସ୍ତୁତ କରିବାରେ ଲାଗିଛନ୍ତି। ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ। ତେବେ ଉପ-ନିର୍ବାଚନ ପାଇଁ ପ୍ରଥମେ ବିଜୁ ଜନତା ଦଳ ନିଜର ପ୍ରାର୍ଥୀ ଘୋଷଣା କରିଥିଲା। ପରେ ତରୁଣ ପାଣ୍ଡେ କଂଗ୍ରେସରୁ ଝାରସୁଗୁଡା ଉପ-ନିର୍ବାଚନରେ ଲଢ଼ିବେ ବୋଲି ଘୋଷଣା ହୋଇଥିଲା। ହେଲେ ଏଯାଏଁ ବିଜେପି ନିଜର ପ୍ରାର୍ଥୀ ଘୋଷଣା କରିନାହିଁ। ଆସନ୍ତା ୧୫ରେ କଂଗ୍ରେସ, ୧୮ରେ ବିଜେଡି ପ୍ରାର୍ଥୀ ଭରିବେ ନାମାଙ୍କନ।

ଖବର ଅନୁସାରେ, ଉପନିର୍ବାଚନ ପାଇଁ ଆସନ୍ତା ୧୮ ତାରିଖରେ ନାମାଙ୍କନ ଭରିବେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ। ଏନେଇ ବିଜେଡି ଉପନିର୍ବାଚନ ପର୍ଯ୍ୟବେକ୍ଷକ ଦେବୀପ୍ରସାଦ ମିଶ୍ର ସୂଚନା ଦେଇଛନ୍ତି। ସେପଟେ ଆସନ୍ତା ୧୫ ତାରିଖରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ନାମାଙ୍କନ ଭରିବେ। କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଏନେଇ ସୂଚନା ଦେଇଛନ୍ତି। ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ଓ କଂଗ୍ରେସ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେପି ଏପର୍ଯ୍ୟନ୍ତ ପ୍ରାର୍ଥୀଙ୍କ ନାଁ ଘୋଷଣା କରିନି।

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଦେହାନ୍ତ ପରେ ତାଙ୍କ ପଦ ଖାଲି ରହିଛି। ତେବେ ଏହି ପଦବୀ ପୂରଣ ପାଇଁ ଝାରସୁଗୁଡାରେ ଉପ-ନିର୍ବାଚନ ହେବ। ଉପ-ନିର୍ବାଚନକୁ ନେଇ ଝାରସୁଗୁଡାରେ କେଉଁ ଦଳ ଉପ-ନିର୍ବାଚନରେ ବାଜିମାତ କରିବ ଦେଖିବାକୁ ବାକି ରହିଲା। ମେ’୧୦ରେ ଝାରସୁଗୁଡା ଉପ-ନିର୍ବାଚନ ହେବାକୁ ଥିବା ବେଳେ ମେ’୧୩ରେ ଫଳାଫଳ ପ୍ରକାଶ ପାଇବ। ତେବେ ଝାରସୁଗୁଡା ଉପ-ନିର୍ବାଚନ ପାଇଁ ଆସନ୍ତା ୨୦ ଏପ୍ରିଲ ନାମାଙ୍କନ ଦାଖଲର ଶେଷ ତାରିଖ ହୋଇଥିବାବେଳେ ୨୧ ଏପ୍ରିଲରେ ନାମାଙ୍କନ ପତ୍ର ଯାଞ୍ଚ ହେବ। ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ହେଉଛି ୨୪ ଏପ୍ରିଲ।

Leave A Reply

Your email address will not be published.