Odisha Link
Bridging the Missing Links in Odisha

ଆସନ୍ତା ମେ’ ମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ

୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହେଉଥିବାବେଳେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ପରୀକ୍ଷା ଖାତା ମୂଲ୍ୟାୟନ କରିଛନ୍ତି।

ଓଏଲ୍‌ ବ୍ୟୁରୋ: ମାଟ୍ରିକ ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ମେ ମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏନେଇ ବୁଧବାର ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ରେ ଶେଷ ହୋଇଥିଲା ମାଟ୍ରିକ ବୋର୍ଡ ପରୀକ୍ଷା। ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହେଉଥିବାବେଳେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ପରୀକ୍ଷା ଖାତା ମୂଲ୍ୟାୟନ କରିଛନ୍ତି।

ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମାଟ୍ରିକ ରେଜଲ୍ଟ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ କହିବା ମୁତାବକ, ମାଟ୍ରିକ ପରୀକ୍ଷା ଖାତା ଦେଖା ଶେଷ ହୋଇସାରିଛି। ବର୍ତ୍ତମାନ ଟାବୁଲେସନ୍ ଚାଲିଛି। ବୋର୍ଡ ପକ୍ଷରୁ ରେଜଲ୍ଟ ପ୍ରକାଶ ନେଇ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ରହିଛି। ତେଣୁ ଆସନ୍ତା ମେ ମାସ ଶେଷ ସୁଦ୍ଧା ମାଟ୍ରିକ ପରୀକ୍ଷା ରେଜଲ୍ଟ ପ୍ରକାଶ ପାଇବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.