Odisha Link
Bridging the Missing Links in Odisha

ପ୍ରଚଣ୍ଡ ଖରାରରେ ସିଝୁଛି ସାରା ରାଜ୍ୟ, ୪୫ ଡିଗ୍ରୀ ଛୁଇଁପାରେ ତାପମାତ୍ରା

୪୦ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା ରହିଥିବାବେଳେ ସମ୍ବଲପୁର ୪୧.୨, ଚାନ୍ଦବାଲି ଓ ହୀରାକୁଦରେ ୪୦ ଡିଗ୍ରୀ ରହିଛି।

ଓଏଲ୍‌ ବ୍ୟୁରୋ: ଆଜି ବି ସାରା ରାଜ୍ୟରେ କଲବଲ କରୁଛି ତାତି। ପ୍ରଚଣ୍ଡ ଖରାରରେ ସିଝୁଛି ସାରା ରାଜ୍ୟ। ଅସହ୍ୟ ଗରମ ସହ ରାସ୍ତାଘାଟ ଖାଁ ଖାଁ। ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଲା ଝାରସୁଗୁଡ଼ା। ଦିନ ସାଢ଼େ ୨ଟାରେ ଭୁବନେଶ୍ୱର ତାପମାତ୍ରା ୪୦.୪ ଡିଗ୍ରୀ ରେକର୍ଡ କରାଯାଇଛି। ଝାରସୁଗୁଡ଼ାରେ ୪୧.୪ଂ ସହ ରାଜ୍ୟରେ ସର୍ବାଧିକ ଉତପ୍ତ ସହର ହୋଇଛି। ୪୦ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା ରହିଥିବାବେଳେ ସମ୍ବଲପୁର ୪୧.୨, ଚାନ୍ଦବାଲି ଓ ହୀରାକୁଦରେ ୪୦ ଡିଗ୍ରୀ ରହିଛି।

ଅନ୍ୟପକ୍ଷେ, ସାରା ରାଜ୍ୟରେ କଲବଲ କରୁଛି ତାତି। ରାଜ୍ୟରେ ଶୁଷ୍କ ଉଷ୍ମ ବାୟୁ ପ୍ରବାହ ବଢିବା ଯୋଗୁ ତାପାମାତ୍ରାରେ ମଧ୍ୟ ବୃଦ୍ଧି ପାଉଛି। ଉପକୂଳ ଓଡ଼ିଶା ସମେତ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ତାପମାତ୍ରା ବଢିବାରେ ଲାଗିଛି। ଆଜି ଦିନ ସାଢ଼େ ୧୧ଟାରେ ଭୁବନେଶ୍ବର ତାପମାତ୍ରା ୩୮.୬। ସର୍ବାଧିକ ତାପମାତ୍ରା ୩୯.୨ ଝାରସୁଗୁଡ଼ାରେ ରେକର୍ଡ କରାଯାଇଥିଲା। ବାଲେଶ୍ବର ଓ ଚାନ୍ଦବାଲିରେ ୩୯ ଡିଗ୍ରୀ ତାପମାତ୍ରା ରହିଥିଲା।

ଭୀଷଣ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଏସଓପି ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ସତ୍ୟବ୍ରତ ସାହୁ। ଜିଲ୍ଲାସ୍ତରରେ ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆଗକୁ ଆହୁରି ଖରା ବଢିବାକୁ ଥିବାରୁ ଲୋକଙ୍କୁ ଏ ନେଇ ଅଧିକରୁ ଅଧିକ ସଚେତନ କରିବାକୁ କୁହାଯାଇଛି। ତାପମାତ୍ରାକୁ ନଜରରେ ରଖି ଓଆରଏସ୍ ରଖିବା, ପଡ଼ିଆରେ ଖେଳକୁଦ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଗ୍ରୀଷ୍ମ ପ୍ରବାହ ମୁକାବିଲା ନେଇ ପିଲାଙ୍କୁ ସଚେତନ କରାଯିବ। ହସ୍ପିଟାଲରେ ପର୍ଯ୍ୟାପ୍ତ ଔଷଧ, ସାଲାଇନ୍ ଏବଂ ଓଆରଏସ୍ ରଖାଯିବ। ସମସ୍ତ ଯାତ୍ରୀବାହୀ ବସରେ ପାଣି, ଓଆରଏସ୍ ରଖିବା ପାଇଁ କୁହାଯାଇଛି। ଦିନ ୧୧ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଶ୍ରମିକମାନେ କାମ କରିବେନି। ନିରବଚ୍ଛିନ୍ନ ବିଦ୍ୟୁତ ସେବା ଯୋଗାଇ ଦେବାକୁ ଏସଆରସି ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି।

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ଯେଉଁ ଗାଁ ବା ୱାର୍ଡରେ ଜଳ ସଙ୍କଟ ରହିଛି ସେଗୁଡ଼ିକୁ ଚିହ୍ନଟ କରାଯିବ। ଆବଶ୍ୟକୀୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରାଯିବ। ଖରାପ ନଳକୂପର ମରାମତି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କେନାଲରେ ପାଣି ଛାଡିବା, ପାନୀୟ ଜଳସେବା କେନ୍ଦ୍ର ଖୋଲାଯିବ। ପଶୁପକ୍ଷୀଙ୍କ ପାଇଁ ବିଭିନ୍ନ ସ୍ଥାନରେ ପିଇବା ପାଣି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସ୍କୁଲ, କଲେଜ ଓ ସମସ୍ତ ଶିକ୍ଷାନୁଷ୍ଠାରେ ପିଲାଙ୍କ ପାଇଁ ପର୍ଯ୍ୟାପ୍ତ ପାନୀୟ ଜଳ ବ୍ୟବସ୍ଥା କରାଯିବ।

Leave A Reply

Your email address will not be published.