Odisha Link
Bridging the Missing Links in Odisha

ବେଳାଭୂମିରେ ଓଡ଼ିଆ ନବବର୍ଷର ଅଭିନନ୍ଦନ

ପଣା ସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।

ଓଏଲ୍‌ ବ୍ୟୁରୋ: ଆଜି ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ। ହିନ୍ଦୁ ପରମ୍ପରାରେ ମହାବିଷୁବ ସଂକ୍ରାନ୍ତିକୁ ଓଡ଼ିଆ ନବବର୍ଷ ରୂପରେ ପାଳନ କରାଯାଏ। ଏହି ଦିନ ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ଆଜି ବର୍ଷର ପ୍ରଥମଦିନ ହୋଇଥିବାରୁ ଆଜିର ଦିନକୁ ନବବର୍ଷ ବୋଲି ଧରାଯାଏ। ପୁରୀ ବେଳାଭୂମିରେ ଓଡ଼ିଆ ନବ ବର୍ଷ ଉପଲକ୍ଷେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳାରେ ମହାବୀରଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରିଛନ୍ତି। ଏଥି ସହିତ ପଣା ସଂକ୍ରାନ୍ତି ଓ ଓଡ଼ିଶାବାସୀଙ୍କୁ ଓଡ଼ିଆ ନବବର୍ଷ ଅବସର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।

ପଣା ସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ନୂଆବର୍ଷରେ ସୁଖ ସମୃଦ୍ଧି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ। ପଣା ସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଟ୍ୱିଟ କରି ଲେଖିଛନ୍ତି, ପବିତ୍ର ପଣା ସଂକ୍ରାନ୍ତିରେ ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଛି। ଏହି ନବବର୍ଷ ଅବସରରେ ଓଡ଼ିଆ ଭାଇଭଉଣୀ ମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇବା ସହ ସୁକ ସମୃଦ୍ଧି କାମନା କରିଛନ୍ତି ରାଷ୍ଟ୍ରପତି।

ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ ବୋଲି କାମନା କରିଛନ୍ତି। ଭିଡିଓ ବାର୍ତ୍ତା ଜରିଆରେ ରାଜ୍ୟବାସୀଙ୍କୁ ଏହି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଏହି ନୂଆ ବର୍ଷ ସମସ୍ତଙ୍କ ପାଇଁ ନୂଆ ସୁଯୋଗ ଓ ସମ୍ଭାବନା ଆସୁ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ନୂଆବର୍ଷ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ ଆଣିଦେଉ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଓଡ଼ିଆ ଜାତି ଆହୁରି ଭବ୍ୟ ଏବଂ ସମୃଦ୍ଧଶାଳୀ ହେଉ ଏବଂ ଓଡ଼ିଶା ସମ୍ପନ୍ନତାର ଶୀର୍ଷରେ ପହଞ୍ଚୁ, ଏହା କାମନା କରୁଛି।

ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ। ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ। ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ। ଆଜି ପଣା ସଂକ୍ରାନ୍ତି ଅବସରରେ ପ୍ରତିଟି ଓଡ଼ିଆଙ୍କ ଘରେ ବିଭିନ୍ନ ପଣା ପ୍ରସ୍ତୁତ କରାଯାଇଥାଏ। ବୃନ୍ଦାବତୀ ମୂଳରେ ପଣା ପୂଜା କରାଯାଏ। ଏକ ଛୋଟ ମାଠିଆରେ ପଣା ରଖି ତୁଳସୀ ଚଉରା ମୂଳରେ ବାନ୍ଧିଦିଆଯାଏ।

Leave A Reply

Your email address will not be published.