Odisha Link
Bridging the Missing Links in Odisha

ରାଜଧାନୀ ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର

୪୫ଟି ପଦବୀ ମଧ୍ୟ ଅନୁମୋଦନ କରାଯାଇଥିବାବେଳେ ପ୍ରତ୍ୟେକ କେନ୍ଦ୍ରରେ ୧୫ ଜଣ ଲେଖାଏ କର୍ମଚାରୀ ରହିବେ।

ଓଏଲ୍‌ ବ୍ୟୁରୋ: ରାଜଧାନୀ ଭୁବନେଶ୍ବରରେ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି। ଭୁବନେଶ୍ବରର କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଅଗ୍ନିଶମ ବ୍ୟବସ୍ଥାକୁ ସୁଦୃଢ କରି ଧନଜୀବନକୁ ସୁରକ୍ଷା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ୩ ନୂଆ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ୪୫ଟି ପଦବୀ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ।

ରାଜଧାନୀରେ ହେବାକୁ ଥିବା ଏହି ୩ଟି ଅଗ୍ନିଶମ ସେବା କେନ୍ଦ୍ର ତମାଣ୍ଡୋ, ମଞ୍ଚେଶ୍ବର ଓ ପାହାଳରେ ପ୍ରତିଷ୍ଠା କରାଯିବ। ଏଥିପାଇଁ ୪୫ଟି ପଦବୀ ମଧ୍ୟ ଅନୁମୋଦନ କରାଯାଇଥିବାବେଳେ ପ୍ରତ୍ୟେକ କେନ୍ଦ୍ରରେ ୧୫ ଜଣ ଲେଖାଏ କର୍ମଚାରୀ ରହିବେ। ଏଥିରେ ଜଣେ ଷ୍ଟେସନ ଅଫିସର, ଦୁଇ ଜଣ ଲିଡିଂ ଫାୟାରମ୍ୟାନ, ଜଣେ ଡ୍ରାଇଭର-ହାବିଲଦାର, ଜଣେ ଫାୟାରମ୍ୟାନ ଡ୍ରାଇଭର ଓ ୧୦ ଜଣ ଫାୟାରମ୍ୟାନ ଅଛନ୍ତି।।

Leave A Reply

Your email address will not be published.