Odisha Link
Bridging the Missing Links in Odisha

ସମ୍ବଲପୁରକୁ ଶାନ୍ତି ଫେରାଇ ଆଣିବା ପାଇଁ ଶାନ୍ତି କମିଟି ପକ୍ଷରୁ ବୈଠକ

ଜିଲ୍ଲାପାଳ, ଏସ୍‌ପି ଓ ଏଡିଏମ୍‌ଙ୍କ ଉପସ୍ଥିତିରେ ବୈଠକ କରାଯାଇଛି।

ଓଏଲ୍‌ ବ୍ୟୁରୋ: ହନୁମାନ ଜୟନ୍ତୀ ରାଲି ସମୟରେ ହୋଇଥିବା ହିଂସାକାଣ୍ଡକୁ ନେଇ ଅନେକ ଘଟଣା ସାମ୍ନାକୁ ଆସିଛି। ସମ୍ବଲପୁର ଜିଲ୍ଲାରେ ୧୪୪ ଧାରା ଜାରି ରହିଛି। ଅନେକ ସ୍ଥାନରେ ପୁଲିସ ଛାଉଣୀ ରହିଥିବା ଦେଖିବାକୁ ମିଳିଛି। ସମ୍ବଲପୁରକୁ ଶାନ୍ତି ଫେରାଇ ଆଣିବା ପାଇଁ ନେଇ ଶାନ୍ତି କମିଟି ବୈଠକ। ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବିଭିନ୍ନ ପକ୍ଷଙ୍କୁ ନେଇ ଚାଲିଛି ବୈଠକ। ଜିଲ୍ଲାପାଳ, ଏସ୍‌ପି ଓ ଏଡିଏମ୍‌ଙ୍କ ଉପସ୍ଥିତିରେ ବୈଠକ କରାଯାଇଛି।

ଖବର ଅନୁସାରେ, ସମ୍ବଲପୁର ଜିଲ୍ଲାରେ ୧୪୪ ଧାରା ଜାରି ରହିଛି। ଅନେକ ସ୍ଥାନରେ ପୁଲିସ ଛାଉଣୀ ରହିଥିବା ଦେଖିବାକୁ ମିଳିଛି। ଶୁକ୍ରବାର ମଧ୍ୟରାତ୍ରିରୁ ପ୍ରଶାସନ ପକ୍ଷରୁ କର୍ଫ୍ୟୁ ଘୋଷଣା ପରେ ଶନିବାର ଦିନ ସମ୍ବଲପୁରରେ ହିଂସାକାଣ୍ଡ ଥମିଥିଲା। ହେଲେ ରବିବାର ସହରରେ ଆଉ ଥରେ ହିଂସାକାଣ୍ଡ ଫେରିବା ଆଜି ପୁଣି ଥରେ ୨୪ ଘଣ୍ଟା ପାଇଁ ଇଣ୍ଟର୍‌ନେଟ୍‌ ସେବା ବନ୍ଦ ଘୋଷଣା ହୋଇଛି।

ସୋସିଆଲ୍‌ ମିଡିଆର ଅପବ୍ୟବହାର ଆଶଙ୍କାରେ ଏହି କଟକଣାକୁ ବୃଦ୍ଧି କରାଯାଇଛି। ଆସନ୍ତାକାଲି ୧୦ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ। ଆଜି ଦିନ ୧୦ଟାରେ ଇଣ୍ଟରନେଟ୍ ସେବା ଉପରେ ଲାଗିଥିବା କଟକଣା ସରୁଥିଲା। ଦୀର୍ଘ ୫ ଦିନ ଧରି ଇଣ୍ଟରନେଟ୍ ସେବାରୁ ସମ୍ବଲପୁରବାସୀ ବଞ୍ଚିତ ଥିବାରୁ ଆଜି କଟକଣା ହଟିବ ବୋଲି ଆଶା କରାଯାଉଥିଲା। ହେଲେ ଏହି ଅବଧିକୁ ଆଉ ୨୪ ଘଣ୍ଟା ବୃଦ୍ଧି କରିଛି ଜିଲ୍ଲା ପ୍ରଶାସନ। ଇଣ୍ଟରନେଟ୍ ସେବା ବନ୍ଦ ଥିବାରୁ ସମ୍ବଲପୁରବାସୀ ଅନେକ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଅନ୍ୟପଟେ, ବିଜେପି ନେତାଙ୍କୁ ଅଟକ ରଖିଛି ପୁଲିସ।

Leave A Reply

Your email address will not be published.