Odisha Link
Bridging the Missing Links in Odisha

ସମ୍ବଲପୁରରେ ୫ ଦିନ ପରେ ବି ନେଟ୍ ଠପ୍, ଆଉ ୨୪ ଘଣ୍ଟା ଚାଲିବନି ଇଣ୍ଟରନେଟ୍

ଆଜି ଦିନ ୧୦ଟାରେ ଇଣ୍ଟରନେଟ୍ ସେବା ଉପରେ ଲାଗିଥିବା କଟକଣା ସରୁଥିଲା।

ଓଏଲ୍‌ ବ୍ୟୁରୋ: ସମ୍ବଲପୁର ବାସୀଙ୍କୁ ଆଜି ବି ମିଳିବନି ଇଣ୍ଟରନେଟ୍ ସେବା। ହନୁମାନ ଜୟନ୍ତୀ ରାଲି ସମୟରେ ହୋଇଥିବା ହିଂସାକାଣ୍ଡକୁ ନେଇ ଅନେକ ଘଟଣା ସାମ୍ନାକୁ ଆସିଛି। ସମ୍ବଲପୁର ଜିଲ୍ଲାରେ ୧୪୪ ଧାରା ଜାରି ରହିଛି। ଅନେକ ସ୍ଥାନରେ ପୁଲିସ ଛାଉଣୀ ରହିଥିବା ଦେଖିବାକୁ ମିଳିଛି। ଶୁକ୍ରବାର ମଧ୍ୟରାତ୍ରିରୁ ପ୍ରଶାସନ ପକ୍ଷରୁ କର୍ଫ୍ୟୁ ଘୋଷଣା ପରେ ଶନିବାର ଦିନ ସମ୍ବଲପୁରରେ ହିଂସାକାଣ୍ଡ ଥମିଥିଲା। ହେଲେ ରବିବାର ସହରରେ ଆଉ ଥରେ ହିଂସାକାଣ୍ଡ ଫେରିବା ଆଜି ପୁଣି ଥରେ ୨୪ ଘଣ୍ଟା ପାଇଁ ଇଣ୍ଟର୍‌ନେଟ୍‌ ସେବା ବନ୍ଦ ଘୋଷଣା ହୋଇଛି।

ସୋସିଆଲ୍‌ ମିଡିଆର ଅପବ୍ୟବହାର ଆଶଙ୍କାରେ ଏହି କଟକଣାକୁ ବୃଦ୍ଧି କରାଯାଇଛି। ଆସନ୍ତାକାଲି ୧୦ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ। ଆଜି ଦିନ ୧୦ଟାରେ ଇଣ୍ଟରନେଟ୍ ସେବା ଉପରେ ଲାଗିଥିବା କଟକଣା ସରୁଥିଲା। ଦୀର୍ଘ ୫ ଦିନ ଧରି ଇଣ୍ଟରନେଟ୍ ସେବାରୁ ସମ୍ବଲପୁରବାସୀ ବଞ୍ଚିତ ଥିବାରୁ ଆଜି କଟକଣା ହଟିବ ବୋଲି ଆଶା କରାଯାଉଥିଲା। ହେଲେ ଏହି ଅବଧିକୁ ଆଉ ୨୪ ଘଣ୍ଟା ବୃଦ୍ଧି କରିଛି ଜିଲ୍ଲା ପ୍ରଶାସନ। ଇଣ୍ଟରନେଟ୍ ସେବା ବନ୍ଦ ଥିବାରୁ ସମ୍ବଲପୁରବାସୀ ଅନେକ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି।।

Leave A Reply

Your email address will not be published.