Odisha Link
Bridging the Missing Links in Odisha

ବଢ଼ୁଛି ତାତି, କାଲିଠୁ ଖରା ଛୁଟି

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଏହାକୁ ନଜରରେ ରଖି ବଡ଼ ନିଷ୍ପତ୍ତି ନେଲେ ରାଜ୍ୟ ସରକାର। ବଢ଼ିଚାଲିିଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ରାଜ୍ୟର ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି।

ଓଡ଼ିଶାରରେ ଥିବା ଯୁକ୍ତ୨ ପର୍ଯ୍ୟନ୍ତ ଶିକ୍ଷା ପ୍ରଦାନ କରୁଥିବା ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ ବନ୍ଦ ରହିବ। ଏଥିସହ ପ୍ରି-ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ମଧ୍ୟ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା ହେବ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ସରକାର ଏପ୍ରିଲ ୧୨ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କରିଥିଲେ। ପାଠପଢ଼ା ସକାଳ ସାଢ଼େ ୬ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ ବୋଲି ଏ ସ୍କୁଲ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ସ୍କୁଲଗୁଡ଼ିକରେ ପର୍ଯ୍ୟାପ୍ତ ପରିମାଣର ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରିବା ପାଇଁ ମଧ୍ୟ ସ୍କୁଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।

Leave A Reply

Your email address will not be published.