Odisha Link
Bridging the Missing Links in Odisha

ରାଜ୍ୟ କ୍ୟାବିନେଟରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା କ୍ୟାବିନେଟ ବୈଠକ। ଏହି ବୈଠକରେ ମୋଟ ୧୫ଟି ପ୍ରସ୍ତାବ ଊପରେ ଲାଗିଛି ମୋହର। ଏଥିରେ କୃଷି, ଶିଳ୍ପ, ଭିନ୍ନକ୍ଷମ ସଶକ୍ତିକରଣ, ପଞ୍ଚାୟତିରାଜ ଓ ପାନୀୟଜଳ ଓ ରାଜସ୍ବ ବିଭାଗ ସମ୍ପର୍କିତ ବିଭିନ୍ନ ପ୍ରସ୍ତାବ ରହିଛି।

ଆଜି କ୍ୟାବିନେଟ ବୈଠକରେ ଅନୁମୋଦନ ପାଇଥିବା ପ୍ରସ୍ତାବ ମଧ୍ୟରେ କଟକ ରିଙ୍ଗରୋଡ୍‌କୁ ୬ ଲେନ୍‌ କରିବା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରାଯାଇଛି। ୬ ଲେନ୍ ବିଶିଷ୍ଟ କଟକ ରିଙ୍ଗ ରୋଡ୍ ଆହୁତ ଟେଣ୍ଡରକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ଦେଇଛନ୍ତି। ସବୁଠୁ ବଡ଼କଥା ହେଲା ଆହୁରି ୧୦ବର୍ଷ ପାଇଁ ଓଡ଼ିଶା ରହିବ ଭାରତୀୟ ହକି ଟିମର ପ୍ରାୟୋଜକ। ୨୦୨୩-୨୦୩୩ ପର୍ଯ୍ୟନ୍ତ ହକି ଟିମ୍ ପାଇଁ ପ୍ରାୟୋଜକ ରହିବ ଓଡ଼ିଶା।

ସେହିପରି ଓଡ଼ିଶା ଇଭି ପଲିସି-୨୦୨୧ର ସଂଶୋଧନ,ବିଦ୍ୟୁତ ବଣ୍ଟନ କମ୍ପାନୀଙ୍କୁ ଆର୍ଥିକ ସହାୟତା ଓ ଓବିସି କମିଶନ ସଂଶୋଧନ ଅଧ୍ୟାଦେଶକୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି । ଖୁବଶୀଘ୍ର ଓଡ଼ିଶା ସ୍ବତନ୍ତ୍ର ଲଘୁଖଣିଜ ନିଲାମୀ ଅଧିନିୟମରେ ସଂଶୋଧନ ପାଇଁ ଆସିବ ସ୍ବତନ୍ତ୍ର ସଂଶୋଧିତ ଅଧିନିୟମ-୨୦୨୩ ।

Leave A Reply

Your email address will not be published.