Odisha Link
Bridging the Missing Links in Odisha

ଆଳିରେ ଡ଼ଙ୍ଗା ବୁଡ଼ି ଘଟଣା: ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆଜି ସନ୍ଧ୍ୟା ସୁଦ୍ଧା ଏହି ଅର୍ଥ ତାଙ୍କ ପରିବାରକୁ ଦେବା ପାଇଁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଓଏଲ୍‌ ବ୍ୟୁରୋ: ସକାଳୁ ସକାଳୁ କେନ୍ଦ୍ରାପଡ଼ାରୁ ଆସିଥିଲା ଅଘଟଣ ଖବର। ଭାରସାମ୍ୟ ହରାଇ ବ୍ରାହ୍ମଣୀ ନଦୀରେ ବୁଡ଼ିଗଲା ଡଙ୍ଗା। ଆଜି ସକାଳେ କେନ୍ଦ୍ରାପଡ଼ା ଜିଲ୍ଲା ଏକମାଣିଆ ପଞ୍ଚାୟତରେ ଘଟିଛି। ଆଳିରେ ନୌକା ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି। ମୃତବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ସହିତ ଆଜି ସନ୍ଧ୍ୟା ସୁଦ୍ଧା ଏହି ଅର୍ଥ ତାଙ୍କ ପରିବାରକୁ ଦେବା ପାଇଁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ମିଳିଥିବା ଖବର ମୁତାବକ, ଆଜି ସକାଳେ ଏକ ଡଙ୍ଗା ଏକମାଣିଆ ପଞ୍ଚାୟତରୁ ରାଜନଗର କେରଡାଗଡ଼କୁ ଯାଉଥିଲା। ମାତ୍ର ଡଙ୍ଗାଟି କୂଳରୁ କିଛି ବାଟ ଯିବା ପରେ ହଠାତ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ସେହି ଡଙ୍ଗାରେ ୩୦ ଜଣ ଯାତ୍ରୀ ମଧ୍ୟ ଥିଲେ। ଗ୍ରାମବାସୀ ସଙ୍ଗେ ସଙ୍ଗେ ଡଙ୍ଗାରେ ଥିବା ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଥିବା ବେଳେ ଜଣେ ନାବାଳକଙ୍କ ସମେତ ୨ ଜଣଙ୍କ ପତ୍ତା ମିଳୁନଥିଲା। ତେବେ ଏହି ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି।

Leave A Reply

Your email address will not be published.