Odisha Link
Bridging the Missing Links in Odisha

ଜି-୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ ସୋଆ

ଭୁବନେଶ୍ବର: ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ୍ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ “ଭବିଷ୍ୟତ ର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଅଧିନସ୍ଥ ଉଚ୍ଚ ଶିକ୍ଷା ବିଭାଗର ସଚିବ କେ ସଞ୍ଜୟ ମୂର୍ତିର୍ ଶିକ୍ଷା ଓ ଅନୁସନ୍ଧାନ( ସୋଆ) ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍କୁ ବୁଲି ଦେଖିବା ସହ ସୋଆରେ ଚାଲିଥିବା ଭାରତୀୟ ଜ୍ଞାନ ପରମ୍ପରା ପ୍ରକଳ୍ପମାନ ଦେଖିଥିଲେ।

ଜ୍ୟୋର୍ତିବିଜ୍ଞାନୀ ଓ ଗଣିତଜ୍ଞ ପଠାଣି ସାମନ୍ତ ବ୍ୟବହାର କରୁଥିବା ଜ୍ୟୋର୍ତିଯନ୍ତ୍ରର ଲଘୁରୂପର ପରିକଳ୍ପନା ଠାରୁ ଆରମ୍ଭ କରି ମହାନ ଭାରତୀୟ ବିଦ୍ୱାନ ଏବଂ ଗଣିତଜ୍ଞ ରାମାନୁଜନ୍‌, ବ୍ରହ୍ମଗୁପ୍ତ , ଆଚାର୍ଯ୍ୟ ପିଙ୍ଗଳ , ଆର୍ଯ୍ୟଭଟ୍ଟ ଏବଂ ମାଧବ ଆଦିଙ୍କ କାର୍ଯ୍ୟକୁ ଇଂଟର୍ଣ୍ଣସିପ୍‌ରେ ଅଧ୍ୟୟନ କରିବା ଦେଖି ଖୁସି ହୋଇଥିଲେ।

ଅନ୍ୟ ଏକ ପ୍ରକଳ୍ପରେ ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀ ପାଇଁ ପ୍ରସ୍ତୁତ ଆଇକେଏସ୍ ଆଧାରିତ ବିଜ୍ଞାନ ବହିରୁ ସ୍କୁଲ ପିଲାମାନେ ଶୀଘ୍ର ପ୍ରାଚୀନ ଭାରତୀୟ ଜ୍ଞାନର ଝଲକ ପାଇବେ ବୋଲି କହିଥିଲେ ପ୍ରକଳ୍ପର ପ୍ରମୁଖ ଅନୁସନ୍ଧାନକାରୀ ପ୍ରଫେସର ନଚିକେତା ଶର୍ମା। ଏହା ଏକ ଗୌରବର ବିଷୟ ଯେ ସୋଆରେ ସ୍ଥାପିତ ହେବାକୁ ଯାଉଛି ଆଇକେଏସ୍ ଡିଭିଜନ ତରଫରୁ ଓଡିଆ ଭାଷା କେନ୍ଦ୍ର। ଏନ୍‌ଇପି ୨୦୨୦ ର ଅଂଶ ରୂପେ ପରିଚାଳିତ ପ୍ରକଳ୍ପ ଦେଖି ଶ୍ରୀ ମୂର୍ତି ଖୁସୀ ହୋଇଥିଲେ।

ସେ ସିଆଇଆଇ ଏଗଜିବିଟର ବୁଥ୍ ବୁଲି ଦେଖିବା ସହ ଛାତ୍ରଛାତ୍ରୀ ମାନଙ୍କ ଷ୍ଟାର୍ଟ ଅପ୍ ସମ୍ବନ୍ଧୀୟ ତଥ୍ୟ ଛାତ୍ରଛାତ୍ରୀଙ୍କ ଠାରୁ ବୁଝିବା ସହ ତାଙ୍କ କାର୍ଯ୍ୟକୁ ପ୍ରଶଂସା କରିଥିଲେ । ଶ୍ରୀ ମୂର୍ତି ସୋଆର ଅତିରିକ୍ତ ଡିନ୍ (ଷ୍ଟୁଡେଂଟସ୍ ଆଫେୟାର୍ସ) ପ୍ରଫେସର ରେଣୁ ଶର୍ମା ଙ୍କ ସହ ମଧ୍ୟ ଏ ସଂପର୍କରେ ଆଲୋଚନା କରିଥିଲେ ।

Leave A Reply

Your email address will not be published.