Odisha Link
Bridging the Missing Links in Odisha

ମେ’ ପ୍ରଥମ ସପ୍ତାହରେ ସୃଷ୍ଟି ହୋଇପାରେ ଲଘୁଚାପ

କେବଳ ଅବପାତ ସୃଷ୍ଟି ହେବା ନେଇ ଆକଳନ କରାଯାଉଛି।

ଓଏଲ୍‌ ବ୍ୟୁରୋ: ଆସନ୍ତା ମେ’ ମାସ ପ୍ରଥମ ସପ୍ତାହରେ ସୃଷ୍ଟି ହୋଇପାରେ ଏକ ଲଘୁଚାପ। ଦକ୍ଷିଣ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଆଶଙ୍କା ଥିବା ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଲଘୁଚାପଟି ବାତ୍ୟାର ରୂପ ନେବ କି ନାହିଁ ତାହା ଏବେ ସ୍ପଷ୍ଟ ହୋଇନାହିଁ। ମେ ମାସ ଦ୍ୱିତୀୟ ସପ୍ତାହରେ ଏକ ଲଘୁଚାପ କ୍ଷେତ୍ର ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ। କେବଳ ଅବପାତ ସୃଷ୍ଟି ହେବା ନେଇ ଆକଳନ କରାଯାଉଛି।

ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଆହୁରି ମଧ୍ୟ କହିଛନ୍ତି, ବାତ୍ୟା ହେବ କି ନାହିଁ ସ୍ପଷ୍ଟ ହୋଇନି। ଯଦି ବାତ୍ୟା ହେବ ଓଡିଶା ଉପରେ ପ୍ରଭାବ ରହିବ ନାହିଁ। ଗତ କିଛି ବର୍ଷ ହେବା ଲଗାତାର ଭାବେ ମେ ମାସରେ ଲଘୁଚାପ ଆସୁଥିବାରୁ ପାଣିପାଗ ବିଭାଗର ଆକଳନ ଏବେ ଚିନ୍ତାର କାରଣ ହୋଇଛି। ତେବେ ଯଦି ମେ ମାସରେ କୌଣସି ବାତ୍ୟା ଆସେ ତାର କେମିତି ମୁକାବିଲା କରାଯିବ ସେଥିପାଇଁ, ରାଜ୍ୟ ସରକାର ନିକଟରେ ଏକ ପ୍ରସ୍ତୁତି ବୈଠକ କରିଥିଲେ। ଯଦି ବାତ୍ୟା ଆସେ ତାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସବୁ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା। ବାତ୍ୟା ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ପୂର୍ବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ଶେଷ ହୋଇଛି।

Leave A Reply

Your email address will not be published.