Odisha Link
Bridging the Missing Links in Odisha

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହେଲେ ରଞ୍ଜନ କୁମାର ଦାସ

ଭୁବନେଶ୍ବର: ଶ୍ରୀ ଜଗନ୍ନାଥ ମନ୍ଦିରର ନୂଆ ମୁଖ୍ୟ ପ୍ରଶାସକ ହେଲେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ। ପ୍ରଥମ ଥର ପାଇଁ ରାଜ୍ୟ ସରକାର ଜଣେ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ବ ନଦେଇ କେବଳ ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ବ ଦେଇଛନ୍ତି ସରକାର। ୩ ବର୍ଷ ତଳେ ଜଣେ ଅଧିକାରୀଙ୍କୁ କୌଣସି ଅତିରିକ୍ତ ଦାୟିତ୍ବ ନଦେଇ କେବଳ ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ବ ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିବା ବେଳେ ରାଜ୍ୟ ସରକାର ଏହାକୁ ପାଳନ କରି ନିର୍ଦ୍ଦେଶନାମା ଜାରି କରିଥିଲେ।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ରଞ୍ଜନ କୁମାର ଦାସ ଦାୟିତ୍ୱ ଗ୍ରହଣ କରିବା ଦିନ ହିଁ ପୂର୍ତ୍ତ ସଚିବ ବୀରବିକ୍ରମ ଯାଦବଙ୍କ ଅତିରିକ୍ତ ଦାୟିତ୍ୱ (ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ) ରଦ୍ଦ ହୋଇଯିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଶ୍ରୀ ଦାସ ଆଇଏଏସ୍ କ୍ୟାଡ଼ରରେ ସ୍ୱତନ୍ତ୍ର ସଚିବ ପାହ୍ୟାର ସୁବିଧାସୁଯୋଗ ହାସଲ କରିବେ।

ସେହିପରି ମୁଖ୍ୟ ସଚିବଙ୍କ ଓଏସଡି ଭାବେ କାର୍ଯ୍ୟ କରୁଥିବା ୨୦୧୧ ବ୍ୟାଚ୍ ଆଇଏଏସ୍ ଦିଲ୍ଲୀପ ରାଉତରାଏଙ୍କୁ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ସେ ଏହି ପଦବୀରେ ଆଇଏଏସ୍ କ୍ୟାଡ଼ରରେ ଯୁଗ୍ମ ସଚିବ ପାହ୍ୟାର ସୁବିଧାସୁଯୋଗ ପାଇବେ। ସେ ମଧ୍ୟ ନୂତନ ଭାବେ ଗଠନ ହୋଇଥିବା ଓଡ଼ିଶା ପରିବାର ନିର୍ଦ୍ଦେଶକ ଦାୟିତ୍ୱ ଅତିରିକ୍ତ ଭାବେ ତୁଲାଇବେ।

Leave A Reply

Your email address will not be published.