Odisha Link
Bridging the Missing Links in Odisha

ରାଜ୍ୟରେ ଖୋଲିବ ୩ଟି ନୂଆ ଥାନା, ମୋହର ମାରିଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ।

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଖୋଲିବ ଆଉ ୩ଟି ନୂଆ ଥାନା। ଓଡ଼ିଶାରେ ୩ଟି ନୂଆ ଥାନା ଖୋଲିବାକୁ ହୋଇଥିବା ଯୋଜନାରେ ମୋହର ମାରିଛନ୍ତି ମୁଖ୍ୟମନ୍ତ୍ରୀ। ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୁଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୁଲିସ ଷ୍ଟେସନ ଭାବେ ଉନ୍ନୀତ କରାଯାଇଛି। କେନ୍ଦୁଝର ଓ ବଡବିଲ ସହରରେ ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ମଧ୍ୟ ସୃଷ୍ଟି କରିଛନ୍ତି। ଏ ସଂପର୍କିତ ପ୍ରସ୍ତାବ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି। ଏହାଦ୍ଵାରା ଏହି ଦୁଇ ସହରରେ ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଲକ୍ଷ୍ୟ ରଖାଯାଇଛି।

କେନ୍ଦୁଝର ଓ ବଡବିଲ ସହରରେ ଦୁଇ ଟ୍ରାଫିକ ପୁଲିସ ଷ୍ଟେସନ ପାଇଁ ସୃଷ୍ଟି ହୋଇଥିବା ୨୪ଟି ପଦବୀ ମଧ୍ୟରେ ୨ଟି ଇନ୍‌ସପେକ୍ଟର, ୬ଟି ଆସିଷ୍ଟାଣ୍ଟ ସବ୍‌ଇନସ୍‌ପେକ୍ଟର ଓ ୧୬ଟି କନେଷ୍ଟବଳ ପଦବୀ ରହିଛି। ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ। ପୁଲିସ ଷ୍ଟେସନରେ ସୃଷ୍ଟି ହୋଇଥିବା ୨୩ଟି ନୂତନ ପଦବୀ ମଧ୍ୟରେ ଗୋଟିଏ ଇନ୍‌ସପେକ୍ଟର, ୬ଟି ସବ୍‌ ଇନିସପେକ୍ଟର, ୩ଟି ଆସିଷ୍ଟାଣ୍ଟ ସବ୍‌ ଇନିସପେକ୍ଟର , ୨ଟି ହାବିଲଦାର ଏବଂ ୧୧ଟି କନେଷ୍ଟବଳ ପଦବୀ ରହିଛି।

Leave A Reply

Your email address will not be published.