Odisha Link
Bridging the Missing Links in Odisha

ଏକାଧିକ ଜମି କିଣିବା ଉପରେ ଲାଗିଲା ରୋକ, ଜଣେ ବ୍ୟକ୍ତି କିଣିପାରିବେ ଗୋଟିଏ ପ୍ଲଟ

ହାଇକୋର୍ଟରେ ଜଷ୍ଟିସ ବିଶ୍ୱନାଥ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି।

ଓଏଲ୍‌ ବ୍ୟୁରୋ: ଏକାଧିକ ଜମି କିଣିବା ମାମଲାକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ଇଚ୍ଛାଧୀନ କୋଟାରେ ସରକାରୀ ଜାଗା ନେବା ଉପରେ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ରାଜ୍ୟର ବିଭିନ୍ନ ଉନ୍ନୟନ କର୍ତ୍ତୃପକ୍ଷଙ୍କଠାରୁ ଏକାଧିକ ପ୍ଲଟ ନେବା ଉପରେ ରୋକ୍ ଲଗାଇଛନ୍ତି ହାଇକୋର୍ଟ। ପୂର୍ବରୁ ଜଣେ ବ୍ୟକ୍ତି ଚାହିଁଲେ ନିଜ ନାମରେ ଅନେକ ଜମି କିଣିପାରୁଥିଲା। ଜଣେ ବ୍ୟକ୍ତି କୌଣସି ଉନ୍ନୟନ କର୍ତ୍ତୃପକ୍ଷଙ୍କଠାରୁ ଗୋଟିଏ ପ୍ଲଟ ନେଇପାରିବେ। ଏହି ସମ୍ବନ୍ଧୀୟ ନିୟମାବଳୀ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏହି ନିୟମ ଆଡଭୋକେଟ୍ ଜେନେରାଲଙ୍କ ମାଧ୍ୟମରେ ଗୃହ ଓ ନଗର ଉନ୍ନୟନ ବିଭାଗ, ସମସ୍ତ ଉନ୍ନୟନ କର୍ତ୍ତୃପକ୍ଷଙ୍କୁ କାର୍ଯ୍ୟକାରୀ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟରେ ଜଷ୍ଟିସ ବିଶ୍ୱନାଥ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଅନୁସାରେ, ଇଚ୍ଛାଧୀନ କୋଟାରେ ସରକାରୀ ଜାଗା ନେବା ଉପରେ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଜଣେ ବ୍ୟକ୍ତି ଯେକୌଣସି ଉନ୍ନୟନ କର୍ତ୍ତୃପକ୍ଷଙ୍କଠାରୁ କେବଳ ଗୋଟିଏ ହିଁ ପ୍ଲଟ ନେଇପାରିବେ। ପ୍ରକୃତ ହିତାଧିକାରୀ ସାଧାରଣ ଲୋକ ପ୍ଲଟ କିମ୍ବା ଘରଟିଏ କୌଣସି ଉନ୍ନୟନ କର୍ତ୍ତୃପକ୍ଷଙ୍କ ଠାରୁ ପାଇବାରେ ବଞ୍ଚିତ ହେଉଛନ୍ତି। କୋର୍ଟ ଏହାକୁ ଗ୍ରହଣ କରି ଆବେଦନକାରୀଙ୍କ ଆବେଦନ ଖାରଜ କରିବା ସହିତ ସରକାରଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି। ଗୃହ ଓ ନଗର ଉନ୍ନୟନ ବିଭାଗ ନିୟମ କଡ଼ାକଡ଼ି ହେବା ଆବଶ୍ୟକ ବୋଲି ନିର୍ଦ୍ଦେଶ ଦିଆଯାଇଛି।

Leave A Reply

Your email address will not be published.