Odisha Link
Bridging the Missing Links in Odisha

ଆସନ୍ତା ମେ’୧୫ରେ ଭୁବନେଶ୍ୱରରୁ ସିଧାସଳଖ ଦୁବାଇକୁ ଉଡ଼ିବ ପ୍ରଥମ ଫ୍ଲାଇଟ

ଭୁବନେଶ୍ୱରରୁ ପୂର୍ବରୁ ମଧ୍ୟ ଆନ୍ତର୍ଜାତିକ ବିମାନ ଉଡ଼ାଣ ହୋଇଛି।

ଓଏଲ୍‌ ବ୍ୟୁରୋ: ରାଜଧାନୀ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ଯାତ୍ରା କରିବା ହେବ ସହଜ। ଆସନ୍ତା ମେ’ ୧୫ ତାରିଖରୁ ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ। ଭୁବନେଶ୍ବରରୁ ଅନ୍ତର୍ଜାତୀୟ ବିମାନ ଉଡାଣ ନେଇ ସୂଚନା ଦେଲେ ଭୁବନେଶ୍ବର ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ। ଆସନ୍ତା ଜୁନ୍‌ ୩ରୁ ଭୁବନେଶ୍ବରରୁ ସିଙ୍ଗାପୁର ଓ ବ୍ୟାଙ୍କକ୍‌କୁ ଉଡ଼ିବ ବିମାନ।

ଭୁବନେଶ୍ୱରରୁ ଦୁବାଇକୁ ବିମାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବରୁ ଟିକେଟ୍ ବୁକିଂର ଶୁଭାରମ୍ଭ କରିବେ। ଉତ୍କଳ ଦିବସ ଉପଲକ୍ଷେ ଓଡ଼ିଶାକୁ ଭେଟି ସ୍ବରୂପ ଟିକେଟ ବୁକିଂ ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆନ୍ତର୍ଜାତିକ ବିମାନ ଉଡ଼ାଣରେ ଏହା ପ୍ରଥମ ପାହଚ ରୂପେ ସ୍ବୀକୃତି ପାଇବ। ଭୁବନେଶ୍ୱରରୁ ପୂର୍ବରୁ ମଧ୍ୟ ଆନ୍ତର୍ଜାତିକ ବିମାନ ଉଡ଼ାଣ ହୋଇଛି। ହେଲେ ଦୁବାଇକୁ ସିଧା ବିମାନ ଉଡ଼ାଣରେ ଏହା ହେବ ପ୍ରଥମ ଫ୍ଲାଇଟ।

ସୂଚନା ଅନୁସାରେ, ଗତ ମାର୍ଚ୍ଚ ୫ ତାରିଖରୁ ଭୁବନେଶ୍ୱର ଓ ଦୁବାଇ ମଧ୍ୟରେ ସିଧାସଳଖ ବିମାନ ଚଳାଚଳ ଆରମ୍ଭ ହେବାକୁ ସ୍ଥିର ହୋଇଥିଲା। ହେଲେ କୌଣସି କାରଣରୁ ଏହା ସମ୍ଭବ ହୋଇପାରିନଥିଲା। କିନ୍ତୁ ଆସନ୍ତା ୧୫ ତାରିଖରୁ ଭୁବନେଶ୍ୱରରୁ ଦୁବାଇ ବିମାନ ଚଳାଚଳ ଆରମ୍ଭ ହେବ। ଏନେଇ ଇଣ୍ଡିଗୋ ଏୟାର୍ ଲାଇନ୍ସ ସହ ରାଜ୍ୟ ସରକାର ଚୁକ୍ତି ସ୍ୱାକ୍ଷର କରିଥିବା ଜଣା ପଡିଛି। ତେବେ ରାଜଧାନୀ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ସଂଯୋଗ ହେବା ନେଇ ଏହି ଉଡାଣ ବ୍ୟବସ୍ତା କରାଯାଇଛି।

Leave A Reply

Your email address will not be published.