Odisha Link
Bridging the Missing Links in Odisha

୩ଜଣ ଆଇପିଏସଙ୍କୁ ଡିଜି ପାହ୍ୟା

ଭୁବନେଶ୍ବର: ଆଜି ୩ଜଣ ଆଇପିଏସଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି ରାଜ୍ୟ ସରକାର। ୧୯୯୦ ମସିହାର ୩ଜଣ ଆଇପିଏସଙ୍କୁ ଆଜି ପଦୋନ୍ନତି ଦେଇଛନ୍ତି ସରକାର। ଏନେଇ ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ ୧୯୯୦ ବ୍ୟାଚ୍ ଆଇପିଏସ୍ ସୁଧାଂଶୁ ଷଡ଼ଙ୍ଗୀ ଓ ଅରୁଣ କୁମାର ଷଡ଼ଙ୍ଗୀଙ୍କୁ ଡିଜି ପହ୍ୟାକୁ ପଦୋନ୍ନତି ମିଳିଥିବାବେଳେ କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୦ ବ୍ୟାଚ୍ ଆଇପିଏସ୍ ଯୋଗେଶ ବାହାଦୂର ଖୁରିନିଆଙ୍କୁ ଡିଜି ପାହ୍ୟାକୁ ପ୍ରୋଫର୍ମା ପଦୋନ୍ନତି ମିଳିଛି।

ଏହି ପଦୋନ୍ନତି ପରେ ରାଜ୍ୟରେ ଡିଜି ପାହ୍ୟାରେ ଏବେ ପୁଲିସ ଡିଜି ସୁନୀଲ କୁମାର ବଂଶଲଙ୍କୁ ମିଶାଇ ମୋଟ ୯ଜଣ ବରିଷ୍ଠ ଆଇପିଏସ୍ ଅଛନ୍ତି ଓ ସେମାନଙ୍କ ମଧ୍ୟରୁ ୩ଜଣ କେନ୍ଦ୍ରୀୟ ଡେପୁଟେସନରେ ରହିଛନ୍ତି ।

Leave A Reply

Your email address will not be published.