Odisha Link
Bridging the Missing Links in Odisha

ଭୁବନେଶ୍ବରରେ ନିର୍ମାଣ ହେବ ଅଗ୍ରିଆ ଭବନ, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

ଭୁବନେଶ୍ବର: ପଶ୍ଚିମ ଓଡ଼ିଶାର ଝାରସୁଗୁଡ଼ାରେ ହେଉଛି ଉପନିର୍ବାଚନ। ରାଜ୍ୟର ତିନି ପ୍ରମୁଖ ଦଳ କରୁଛନ୍ତି ଜୋରଦାର ପ୍ରଚାର। ଏସବୁ ମଧ୍ୟରେ ଆଜି ପଶ୍ଚିମ ଓଡ଼ିଶାର ଅଗ୍ରିଆ ସମାଜ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଛନ୍ତି ବଡ଼ ଘୋଷଣା। ସେମାନେ ନିକଟରେ ସେମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ।

ଅନ୍ୟପଟେ ସେମାନଙ୍କ ଅନୁରୋଧ ତଥା ଅଗ୍ରିଆ ସମାଜର ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ନିକଟରେ ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଯୋଗାଇବା ଦିଆଯିବ ବୋଲି ଘୋଷଣା କରିଛନ୍ତି। ଏଥିପାଇଁ ଜମି ଚିହ୍ନଟ ଦିଗରେ ପଦକ୍ଷେପ ନେବା ପାଇଁ ମୁଖ୍ଯଶାସନ ସଚିବଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କେବଳ ସେତିକି ନୁହେଁ ଅଗ୍ରିଆ ସମାଜ ଭବନ ନିର୍ମାଣ ପାଇଁ ତିନି କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସହାୟତା ପାଣ୍ଠି ରୁ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି।

ସୂଚନାଥାଉକି, କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ, ସମ୍ବଲପୁର, ଝାରସୁଗୁଡା,ସୁନ୍ଦରଗଡ, କଳାହାଣ୍ଡି, ବଲାଙ୍ଗୀର ଓ ଦେବଗଡ ଆଦି ଜିଲ୍ଲାମାନଙ୍କରେ ବସବାସ କରିଥାନ୍ତି ।

Leave A Reply

Your email address will not be published.