Odisha Link
Bridging the Missing Links in Odisha

ଘୂର୍ଣ୍ଣିବଳୟ ସମ୍ଭାବନା, ଆସନ୍ତା ୮ରେ ଲଘୁଚାପ ନେଇପାରେ ଅବପାତ ରୂପ

ଭାରତୀୟ ପାଣିପାଗ ବିଭାଗ ଏ ନେଇ ସୂଚନା ଦେଇଛି।

ଓଏଲ୍‌ ବ୍ୟୁରୋ: ବଦଳୁଛି ପାଗ ଆଉ ମନରେ ଛନକା ଆରମ୍ଭ। ମେ ୬ରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା। ସମ୍ଭାବ୍ୟ ଲଘୁଚାପ ସଂପର୍କରେ ପାଣିପାଗ କେନ୍ଦ୍ରର ଟୁଇଟ୍। ଆସନ୍ତା ୬ ତାରିଖରେ ଘୂର୍ଣ୍ଣିବଳୟ ପ୍ରଭାବରେ ୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୮ ତାରିଖ ବେଳକୁ ଅବପାତ ରୂପ ନେଇପାରେ। ପରବର୍ତ୍ତୀ ସମୟରେ ଏହା ଉତ୍ତର ଦିଗକୁ ଗତି କରିବା ସମ୍ଭାବନା। ଅବପାତଟି ଅଧିକ ଘନୀଭୂତ ହେବା ନେଇ ପାରିପାର୍ଶ୍ବିକ ସ୍ଥିତି ଅନୁକୂଳ ରହିଛି। ଭାରତୀୟ ପାଣିପାଗ ବିଭାଗ ଏ ନେଇ ସୂଚନା ଦେଇଛି।

ଅନ୍ୟପଟେ, ବାତ୍ୟାପ୍ରବଣ ମେ’ ମାସ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଗ୍ରୀଷ୍ମକାଳିନ ବାତ୍ୟା ଆକସ୍ମିକ ହୋଇଥିବାରୁ, ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଆଗୁଆ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ରାଜ୍ୟ ସରକାର। ୧୧ଟି ବିଭାଗ ଓ ସବୁ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଦେଇଛନ୍ତି। ପ୍ରେସ୍‌ମିଟ୍‌ରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର ସତ୍ୟବ୍ରତ ସାହୁ ସୂଚନା ଦେଇଥିଲେ, ପୂର୍ବରୁ ମେ’ରେ ବାତ୍ୟା ହେଉଥିବାରୁ, ଆମେ ପ୍ରସ୍ତୁତି କରିଛୁ। ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।

Leave A Reply

Your email address will not be published.