Odisha Link
Bridging the Missing Links in Odisha

ସମ୍ଭାବ୍ୟ ବାତ୍ୟାକୁ ନେଇ ମନରେ ଛନକା, ଜାଣନ୍ତୁ ଓଡ଼ିଶାରେ କେତେ ରହିବ ଏହାର ପ୍ରଭାବ..

ହେଲେ ଓଡ଼ିଶାରେ ଏହାର ପ୍ରଭାବ ରହିବ ନାଁ ନାହିଁ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରିନାହିଁ।

ଓଏଲ୍‌ ବ୍ୟୁରୋ: ବଦଳୁଛି ପାଗ ଆଉ ମନରେ ଛନକା ଆରମ୍ଭ। ମେ ୬ରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା। ଆଇଏମଡିର ପୂର୍ବାନୁମାନ ଖରା ଦିନିଆ ବାତ୍ୟାକୁ ନେଇ ଛନକା ପଶିଛି। ଆସନ୍ତା ୬ ତାରିଖରେ ଘୂର୍ଣ୍ଣିବଳୟ ପ୍ରଭାବରେ ୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୮ ତାରିଖ ବେଳକୁ ଅବପାତ ରୂପ ନେଇପାରେ। ପରବର୍ତ୍ତୀ ସମୟରେ ଏହା ଉତ୍ତର ଦିଗକୁ ଗତି କରିବା ସମ୍ଭାବନା। ଅବପାତଟି ଅଧିକ ଘନୀଭୂତ ହେବା ନେଇ ପାରିପାର୍ଶ୍ବିକ ସ୍ଥିତି ଅନୁକୂଳ ରହିଛି। ଭାରତୀୟ ପାଣିପାଗ ବିଭାଗ ଏ ନେଇ ସୂଚନା ଦେଇଛି।

ଅନ୍ୟପଟେ ପାଣିପାଗ ବିଶେଷଜ୍ଞ ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ ବର୍ତ୍ତମାନ ଯେଉଁ ପାଣିପାଗ ବା ଉପାଦାନ ରହିଛି, ତାହା ବାତ୍ୟାକୁ ଅଧିକ ଶକ୍ତିଶାଳୀ କରିପାରେ। ବିଶେଷ କରି ସମୁଦ୍ର ପତନର ତାପମାତ୍ରା ୩୦ ଡିଗ୍ରୀ ରହିଛି। ଏହା ମିଆଁମାର ପରିବର୍ତ୍ତେ ଭାରତ କିମ୍ବା ବାଂଲାଦେଶ ଆଡ଼କୁ ଗତି କରିପାରେ ବୋଲି ସେ ଅନୁମାନ କରିଛନ୍ତି। ହେଲେ ଓଡ଼ିଶାରେ ଏହାର ପ୍ରଭାବ ରହିବ ନାଁ ନାହିଁ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରିନାହିଁ।

ରାଜ୍ୟ ସରକାର ସାମ୍ଭାବ୍ୟ ବାତ୍ୟାକୁ ସମସ୍ତ ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗ୍ରୀଷ୍ମକାଳିନ ବାତ୍ୟା ଆକସ୍ମିକ ହୋଇଥିବାରୁ, ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଆଗୁଆ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ରାଜ୍ୟ ସରକାର। ୧୧ଟି ବିଭାଗ ଓ ସବୁ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଦେଇଛନ୍ତି। ପ୍ରେସ୍‌ମିଟ୍‌ରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର ସତ୍ୟବ୍ରତ ସାହୁ ସୂଚନା ଦେଇଥିଲେ, ପୂର୍ବରୁ ମେ’ରେ ବାତ୍ୟା ହେଉଥିବାରୁ, ଆମେ ପ୍ରସ୍ତୁତି କରିଛୁ। ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।

Leave A Reply

Your email address will not be published.