Odisha Link
Bridging the Missing Links in Odisha

ଜଗା ଦର୍ଶନ କଲେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି

ରାଜଧାନୀ ଭୁବନେଶ୍ୱରରେ ପହଂଚିବା ପରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଜଷ୍ଟିସ ଚନ୍ଦ୍ରଚୂଡ଼।

ଓଏଲ୍‌ ବ୍ୟୁରୋ: ଆଜି ଜଗା ଦର୍ଶନ କରିଛନ୍ତି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼। ଆସନ୍ତାକାଲି କଟକ ଜୁଡିସିଆଲ ଏକାଡେମୀରେ ହେବାକୁ ଥିବା ନ୍ୟାସନାଲ କନ୍ଫରେନସ ଅନ ଡିଜିଟାଇଜେସନ ପେପର ଲେସ କୋର୍ଟ ସମ୍ମିଳନୀରେ ଯୋଗ ଦେବେ।

ଆଜି ଭୁବନେଶ୍ୱରରେ ପହନ୍ଚିଥିଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼। ରାଜଧାନୀ ଭୁବନେଶ୍ୱରରେ ପହଂଚିବା ପରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଜଷ୍ଟିସ ଚନ୍ଦ୍ରଚୂଡ଼। ତେବେ କାଲି କଟକ ଗସ୍ତରେ ଯାଇ ନିର୍ଧାରିତ କାର୍ଯ୍ୟକ୍ରମରେ ଯୋଗ ଦେବେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼।

Leave A Reply

Your email address will not be published.