Odisha Link
Bridging the Missing Links in Odisha

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି, ଆଜି କରିବେ ଜଗା ଦର୍ଶନ

ଆଜି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଜଷ୍ଟିସ ଚନ୍ଦ୍ରଚୂଡ଼।

ଓଏଲ୍‌ ବ୍ୟୁରୋ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼। ଆସନ୍ତାକାଲି କଟକ ଜୁଡିସିଆଲ ଏକାଡେମୀରେ ହେବାକୁ ଥିବା ନ୍ୟାସନାଲ କନ୍ଫରେନସ ଅନ ଡିଜିଟାଇଜେସନ ପେପର ଲେସ କୋର୍ଟ ସମ୍ମିଳନୀରେ ଯୋଗ ଦେବେ। ଆଜି ଭୁବନେଶ୍ୱରରେ ପହନ୍ଚିଛନ୍ତି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼। ଆଜି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଜଷ୍ଟିସ ଚନ୍ଦ୍ରଚୂଡ଼। ତେବେ କାଲି କଟକ ଗସ୍ତରେ ଯାଇ ନିର୍ଧାରିତ କାର୍ଯ୍ୟକ୍ରମରେ ଯୋଗ ଦେବେ।

Leave A Reply

Your email address will not be published.